Before Header

ତିନିଦିନ ଶ୍ରୀମନ୍ଦିର ବନ୍ଦ

0 15

ପୁରୀ (ବଡ଼ ଖବର ବ୍ୟୁରୋ): ଶୁକ୍ରବାରଠାରୁ ତିନିଦିନ ଶ୍ରୀମନ୍ଦିର ଦର୍ଶନ ବନ୍ଦ । ଏନେଇ ଘୋଷଣା କରିଛି ମନ୍ଦିର ପ୍ରଶାସନ। ସୋମବାରଠାରୁ ନୂଆ କଟକଣାରେ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ମନ୍ଦିର ପ୍ରଶାସନ ସୂଚନା ଅନୁସାରେ, ଶୁକ୍ରବାର ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି।

ସେପଟେ ପୂର୍ବ ଏସଓପି ଅନୁଯାୟୀ ଶନିବାର ଓ ରବିବାର ବି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ଲଗାତର ତିନିଦିନ ଶ୍ରୀମନ୍ଦିର ବନ୍ଦ ରହିବା ପରେ ସୋମବାରଠାରୁ ଭକ୍ତମାନେ ପରିବର୍ତ୍ତିତ ନୂଆ ଏସଓପି ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ କରିବେ। କେବଳ ରବିବାର ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ।

Leave A Reply

Your email address will not be published.