Masthead

ପୁରୀବାସୀଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀବାସୀଙ୍କ ପାଇଁ ଆଜିଠୁ ଖୋଲିଲା ଶ୍ରୀମନ୍ଦିର । ଭକ୍ତଙ୍କ ଅପେକ୍ଷାର ଘଟିଲା ଅନ୍ତ । ଦୀର୍ଘ ୪ ମାସ ପରେ କାଳିଆ ଠାକୁରଙ୍କୁ ଦର୍ଶନ କରୁଛନ୍ତି ପୁରୀବାସୀ । ୧୨ ଓ ୧୩ ଦୁଇଦିନ ଧରି ସେବାୟତ ପରିବାର ସଦସ୍ୟ ଦର୍ଶନ କରିବା ପରେ ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ପୁରୀବାସୀ କରିବେ ଜଗା ଦର୍ଶନ । ତା ସହ ଆସନ୍ତା ୨୩ ତାରିଖରୁ ରାଜ୍ୟ ଓ ରାଜ୍ୟ ବାହାରର ଭକ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ।

ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି । ସକାଳ ୭ ଟାରୁ ସନ୍ଧ୍ୟା ୭ ଟା ଭିତରେ ତିନୋଟି ପର୍ଯ୍ୟାୟରେ ପୁରୀବାସୀଙ୍କୁ ଦର୍ଶନ ସୁବିଧା ମିଳିବ । ପ୍ରଥମ ପର୍ଯ୍ୟାୟରେ ସକାଳ ୭ ଟାରୁ ୧୦.୩୦ ମଧ୍ୟରେ ୱାର୍ଡ ନଂ ୩,୧୫,୧୮ ବାସିନ୍ଦା। ୧୧ ଟାରୁ ଅପରାହ୍ନ ୨.୩୦ ମଧ୍ୟରେ ୱାର୍ଡ ନଂ ୬, ୯ ଓ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୭ଟା ମଧ୍ୟରେ ୱାର୍ଡ ନଂ ୧୧, ୧୨, ୧୪ର ଶ୍ରଦ୍ଧାଳୁଙ୍କ ପାଇଁ ସମୟ ନିର୍ଦ୍ଧାରଣ କରାଯାଇଛି।

ଦର୍ଶନ ପାଇଁ ସ୍ଥାନୀୟ ଲୋକଙ୍କୁ ଯେକୌଣସି ପରିଚୟପତ୍ର ଦେଖାଇ ଧାଡିରେ ଯାଇ ସିଂହ ଦ୍ଵାରରେ ପ୍ରବେଶ କରି ଦର୍ଶନ କରିବା ପରେ ଉତ୍ତରଦ୍ବାରରେ ପ୍ରସ୍ଥାନ କରିବେ। ଶୃଙ୍ଖଳିତ ଦର୍ଶନ ପାଇଁ ସିଂହଦ୍ବାର ସମ୍ମୁଖରେ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ତେବେ ସାମାଜିକ ଦୂରତା ଓ ମାସ୍କକୁ ବାଧ୍ୟତାମୂଳକ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ପ୍ରଧାନମନ୍ତ୍ରୀଙ୍କ ୪ ଦିନିଆ ମାଲଦ୍ୱୀପ ଏବଂ ୟୁକେ ଗସ୍ତ 🔴 ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପ ମୁଖ୍ୟମନ୍ତ୍ରୀ 🔴 ଚାଇନା ନାଗରିକଙ୍କୁ ମିଳିବ ଭାରତର ପର୍ଯ୍ୟଟନ ଭିଜା 🔴 ସହଯୋଗର ହାତ ବଢ଼ାଇବ ଭାରତ 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ପ୍ରଧାନମନ୍ତ୍ରୀଙ୍କ ୪ ଦିନିଆ ମାଲଦ୍ୱୀପ ଏବଂ ୟୁକେ ଗସ୍ତ 🔴 ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପ ମୁଖ୍ୟମନ୍ତ୍ରୀ 🔴 ଚାଇନା ନାଗରିକଙ୍କୁ ମିଳିବ ଭାରତର ପର୍ଯ୍ୟଟନ ଭିଜା 🔴 ସହଯୋଗର ହାତ ବଢ଼ାଇବ ଭାରତ 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ