Masthead

ଖୋଲିବ ଶ୍ରୀମନ୍ଦିର !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରାୟ ଅଢ଼େଇ ମାସ ହେଲାଣି ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ମନା । ମହାମାରୀ ପାଇଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରୁନାହାନ୍ତି ଭକ୍ତ । ରାଜ୍ୟର ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିଥିଲା । କିନ୍ତୁ ବର୍ତ୍ତମାନ ଶ୍ରୀମନ୍ଦିର ଖୋଲିବାକୁ ନିଷ୍ପତ୍ତି ନିଆଯିବ । ଏଥିପାଇଁ ଅଗଷ୍ଟ ୪ରେ ବସିବ ବୈଠକ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏଥିରେ ଭର୍ଚୁଆଲରେ ରହିବେ ପୁରୀ ଜିଲ୍ଲାପାଳ, ଏସ୍‌ପି, ସିଡିଏମ୍‌ଓ, ସମନ୍ୱୟ କମିଟି ସଦସ୍ୟ, ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀ ରହିବେ। । ଭକ୍ତମାନେ ମନ୍ଦିର ଭିତରକୁ ଯାଇପାରୁନଥିଲେ। ମନ୍ଦିରରେ କେବଳ ନୀତିକାନ୍ତି ଚାଲୁଥିଲା। କରୋନାକୁ ଦେଖି ରାଜ୍ୟ ସରକାର ପୁରୀ ଛଡ଼ା ଅନ୍ୟ ସ୍ଥାନରେ ରଥ ଯାତ୍ରାକୁ ଅନୁମତି ଦେଇନଥିଲେ। ଯାହାକୁ ନେଇ ବିବାଦ ଦେଖାଦେଇଥିଲା। ଏପରିକି ମାମଲା ସୁପ୍ରିମକୋର୍ଟଙ୍କ ପର୍ଯ୍ୟନ୍ତ ଯାଇଥିଲା। ମାତ୍ର ସେଠାରୁ ସମସ୍ତଙ୍କୁ ନିରାଶ ହେବାକୁ ପଡ଼ିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ