Masthead

୨୪ପୂର୍ବରୁ ସରିବ ୯କେନ୍ଦ୍ରମନ୍ତ୍ରୀଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୪ ପୂର୍ବରୁ ସରିବ ୯କେନ୍ଦ୍ରମନ୍ତ୍ରୀଙ୍କ ରାଜ୍ୟସଭା କାର୍ଯ୍ୟକାଳ । ତାଲିକାରେ ଅଛନ୍ତି ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ । ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ ମଧ୍ୟ କାର୍ଯ୍ୟକାଳ ଶେଷ ହେବ । ଓଡ଼ିଶାରୁ ଖାଲି ହେବ ୩ ରାଜ୍ୟସଭା ଆସନ । ରାଜ୍ୟସଭା ସଚିବାଳୟ ତଥ୍ୟ ଅନୁସାରେ ମଧ୍ୟପ୍ରଦେଶରୁ ପ୍ରତିନିଧିତ୍ୱ କରୁଥିବା କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅପ୍ରେଲ ୨ରେ ଏବଂ ଓଡ଼ିଶାରୁ ପ୍ରତିନିଧିତ୍ୱ କରୁଥିବା କେନ୍ଦ୍ର ରେଳ, ସଂଚାର ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ରାଜ୍ୟସଭା ସାଂସଦ କାର୍ଯ୍ୟକାଳ ଅପ୍ରେଲ ୩ରେ ଶେଷ ହେବ ।

ଅନ୍ୟ କେନ୍ଦ୍ରମନ୍ତ୍ରୀ ମନ୍ତ୍ରୀଙ୍କ ମଧ୍ୟରେ ଗୁଜୁରାଟରୁ ପ୍ରତିନିଧିତ୍ୱ କରୁଥିବା କେନ୍ଦ୍ର ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ପୁରୁଷୋତ୍ତମ ରୁପାଲା, କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ, ରାଷ୍ଟ୍ରମନ୍ତ୍ରୀ ଭି ମୁରଲୀଧରନ, ରାଷ୍ଟ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର, ରାଷ୍ଟ୍ରମନ୍ତ୍ରୀ ଡ଼. ଏଲ ମୁରୁଗାନଙ୍କ କାର୍ଯ୍ୟକାଳ ଅପ୍ରେଲ ୨ରେ ଶେଷ ହେବ । ଏଥିସହ ବିଜେପିର ରାଷ୍ଟ୍ରିୟ ସଭାପତି ଜଗତ ପ୍ରକାଶ ନଡ୍ଡା, ଓଡ଼ିଶା ବିଜେପି ସଙ୍ଗଠନ ସହ-ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ କାର୍ଯ୍ୟକାଳ ମଧ୍ୟ ୨୦୨୪ ନିର୍ବାଚନ ପୂର୍ବରୁ ଶେଷ ହେଉଛି । ବିଜେପିର ରଣନୀତି ଅନୁସାରେ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ରାଜ୍ୟସଭାରୁ ପ୍ରତିନିଧିତ୍ୱ କରୁଥିବା ଅଧିକାଂଶ ନେତାଙ୍କୁ ଲୋକସଭା ନିର୍ବାଚନ ଲଢିବାକୁ କୁହାଯିବ । ଏହାରି ଭିତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଦାନ ଓଡ଼ିଶାରୁ ଲୋକସଭା ନିର୍ବାଚନ ଲଢିବେ ବୋଲି ଆଗରୁ ଜଣାଇ ସାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା