Masthead

ଆଜି ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଆଜି ତୃତୀୟ ଦିନିକିଆ ଖେଳାଯିବ । ରାଜକୋଟରେ ମୁହାଁମୁହିଁ ହେବେ ଉଭୟ ଦଳ । ଅପରାହ୍ନ ୧.୩୦ ରେ ଆରମ୍ଭ ହେବ ଏହି ମ୍ୟାଚ୍ । ତେବେ ତୃତୀୟ ଦିନିକିଆ ପାଇଁ ଭାରତର ଯୁବ ଖେଳାଳି ଶୁବମନ ଗିଲ୍‌ ଓ ଶାର୍ଦ୍ଦୂଳ ଠାକୁରଙ୍କୁ ବିଶ୍ରାମ ଦିଆଯାଇଛି। ଶୁବମନ ଗିଲ୍‌ ପ୍ରଥମ ଦୁଇ ଦିନିକିଆରେ ଯଥାକ୍ରମେ ୭୪ ଓ ୧୦୪ ରନ ସଂଗ୍ରହ କରିଛନ୍ତି। ୫୦ ଓଭର ବିଶ୍ୱକପ୍‌ ବର୍ଷରେ ଗିଲ୍‌ ଏହି ଫର୍ମାଟରେ ପ୍ରଥମ ବ୍ୟାଟର ଭାବେ ୧ ହଜାର ରନ ପୂରଣ କରିବା ସହ ୧,୨୩୦ ରନ ସଂଗ୍ରହ କରିସାରିଛନ୍ତି। ତାଙ୍କର ଆଭରେଜ ୭୨.୩୫ ରହିଛି।

ସେପଟେ ଭାରତର ଆଗଧାଡ଼ି ବ୍ୟାଟର ରୋହିତ ଶର୍ମା ଓ ବିରାଟ କୋହଲି ଦଳକୁ ଫେରିବା ସମ୍ଭାବନା ରହିଛି। ହାର୍ଦ୍ଦିକ ପାଣ୍ଡ୍ୟା ଓ ଅକ୍ଷର ପଟେଲ ସିରିଜର ପ୍ରଥମ ୨ଟି ମ୍ୟାଚରେ ମଧ୍ୟ ପ୍ଲେଇଂ ଇଲେଭେନରେ ଅଂଶ ନଥିଲେ । କିନ୍ତୁ ଆଜିର ମ୍ୟାଚ୍ ପାଇଁ ପ୍ଲେଇଂ ଇଲେଭେନରେ ହାର୍ଦ୍ଦିକ ପାଣ୍ଡ୍ୟା ଓ ଅକ୍ଷର ପଟେଲ ଭାରତୀୟ ଦଳକୁ ଫେରିପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା । ଆଜିର ମ୍ୟାଚ ଜିତି ଭାରତ ସିରିଜ କ୍ଲିନ ସୁଇପ କରିବାକୁ ଲକ୍ଷ୍ୟ ରଖିଛି । ଅଷ୍ଟ୍ରେଲିଆ ମଧ୍ୟ ମ୍ୟାଚ ଜିତି ସମ୍ମାନ ବଞ୍ଚାଇବାକୁ ଚେଷ୍ଟା କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ