ଟିକା ନେବାର ନିର୍ଦ୍ଦିଷ୍ଟ ସମୟ ଉଠିଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସାରା ଦେଶରେ ଟିକାକରଣକୁ ତ୍ୱରାନ୍ୱିତ କରିବାକୁ କେନ୍ଦ୍ର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଣିକି ଦିନର ଯେକୌଣସି ସମୟରେ କରେନା ଟିକା ନେଇପାରିବେ । ପୂର୍ବରୁ ସକାଳ ୯ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ ଟିକାକରଣ ହେବ ବୋଲି ସମୟ ଧାର୍ଯ୍ୟ କରିଥିଲେ କେନ୍ଦ୍ର ସରକାର । କିନ୍ତୁ ଟିକା କେନ୍ଦ୍ରରେ ଲୋକଙ୍କ ଭିଡ଼ କମାଇବାକୁ ଦୃଷ୍ଟିରେ ରଖି ଏବଂ ବୟସ୍କ ନାଗରିକଙ୍କୁ ସୁବିଧାରେ ଟିକାଦାନ ପାଇଁ ଏହି କଟକଣାକୁ କୋହଳ କରାଯାଇଛି ।

ଏଣିକି ହସ୍ପିିଟାଲଗୁଡ଼ିକ ଯେତେ ସମୟ ପର୍ଯ୍ୟନ୍ତ ଚାହିଁବେ ଟିକାକରଣ କାର୍ଯ୍ୟ କରିପାରିବେ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି। ଦେଶବ୍ୟାପୀ ଟିକାକରଣକୁ ତ୍ୱରାନ୍ୱିତ କରିବା ପାଇଁ ଲୋକମାନେ ଏଣିକି ସପ୍ତାହକ ୭ ଦିନ ଏବଂ ଦିନର ୨୪ ଘଣ୍ଟା ଭିତରେ ଯେ କୌଣସି ସମୟରେ ଟିକା ନେଇପାରିବେ ବୋଲି ସ୍ପଷ୍ଟ କରାଯାଇଛି । ଦେଶରେ ବର୍ତ୍ତମାନ ତୃତୀୟ ପର୍ଯ୍ୟାୟ ଟିକାକରଣ ଚାଲୁ ରହିଛି । ଏହିି ପର୍ଯ୍ୟାୟରେ ୬୦ ବର୍ଷରୁ ଅଧିକ ଏବଂ ଜଟିଳ ରୋଗରେ ପୀଡ଼ିତ ଥିବା ୪୫ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ କରୋନା ଟିକା ଦିିଆଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ