Masthead

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉଦଘାଟନ ହେଲା ଟିଟିଲାଗଡ଼ ରେଳ ଓଭରବ୍ରିଜ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ମୁଖ୍ୟ ମନ୍ତ୍ରୀଙ୍କ ଦ୍ଵାରା ଉଦଘାଟନ ହେଲା ଟିଟିଲାଗଡ଼ ରେଳ ଓଭରବ୍ରିଜ ଭିଡିଓ କନଫରେନ୍ସିଂ ଜରିଆରେ ଟିଟିଲାଗଡ଼ରେ ୧୦୪୨ ମିଟର ଦୀର୍ଘ ରେଲୱେ ଓଭରବ୍ରିଜର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ୭୧.୫୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏହି ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି- ଟିଟିଲାଗଡ଼ ଏକ ଗୁରୁତ୍ୱପୂର୍ଣ୍ଣ ରେଳ ଜଙ୍କସନ୍‌ । ଓଭରବ୍ରିଜ୍ ନିର୍ମାଣ ହେବା ଦ୍ୱାରା ଲୋକଙ୍କ ଗମନାଗମନରେ ଅନେକ ସୁବିଧା ଆସିବ। ଟିଟିଲାଗଡ଼ ସହିତ ଭବାନୀପାଟଣା, କେସିଙ୍ଗା ଓ ନୂଆପଡ଼ା ଅଞ୍ଚଳର ଜନସାଧାରଣ ଉପକୃତ ହେବେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଟିଟିଲାଗଡ଼ ସହରର ବ୍ୟାପକ ଉନ୍ନତି ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ଏହି ROB ସହିତ ଟିଟିଲାଗଡ଼ରେ ଆଧୁନିକ ବସ୍‌ ଷ୍ଟାଣ୍ଡ, ସୁଇମିଂ ପୁଲ୍‌, ମହାରାଜା ସାଗରର ପୁନରୁଦ୍ଧାର, ବର୍ଜ୍ୟ ଜଳ ବିଶୋଧନ ପ୍ଲାଣ୍ଟ ଏବଂ ଆହୁରି ଅନେକ ଉନ୍ନତିମୂଳକ କାର୍ଯ୍ୟ ଜାରି ରହିଛି । ଏହିସବୁ ଗୁଡ଼ିକ ଠିକ୍‌ ସମୟରେ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଭିତ୍ତିଭୂମି ବିକାଶର ଆଧାର ବୋଲି ମତ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଭିତ୍ତିଭୂମିର ବିକାଶ ଉପରେ ସେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି । ଓଡ଼ିଶା ଆଜି ଭିତ୍ତିଭୂମି କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି । ରାଜ୍ୟରେ ସଡ଼କ, ସେତୁ, ବନ୍ଦର ଆଦି ଭିତ୍ତିଭୂମିର ବିକାଶ ଯୋଗୁଁ ଯୋଗାଯୋଗ କ୍ଷେତ୍ରରେ ବହୁତ ଉନ୍ନତି ଆସିଛି । ଭିତ୍ତିଭୂମି ସମସ୍ତଙ୍କର ସମ୍ପତ୍ତି ବୋଲି ପ୍ରକାଶ କରି, ସମସ୍ତେ ଏହାର ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ ।

କରୋନାର ଦ୍ୱିତୀୟ ଲହରକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଜନସାଧାରଣ ସହଯୋଗ କରିବାକୁ ନିବେଦନ କରି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା ପାଇଁ ଅନୁରୋଧ କରିଥିଲେ । ଏହି କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗ ଦେଇ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଥିଲେ ଯେ ବିକାଶ ପାଇଁ ଗମନାଗମନ ବ୍ୟବସ୍ଥାର ଆବଶ୍ୟକତା ରହିଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟରେ ସଡକ ବିକାଶ କାର୍ଯ୍ୟକ୍ରମରେ ଅନେକ ଉନ୍ନତି ଆସିଛି ବୋଲି ସେ କହିଥିଲେ ।ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଟିଟିଲାଗଡ ଜନସାଧାରଣଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ରେଲ ଓଭରବ୍ରିଜ ସହିତ ଟିଟିଲାଗଡ ପାଇଁ ଚାଲିଥିବା ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ ।

ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂହଦେଓ କହିଥିଲେ- ଏହାଦ୍ୱାରା ଟିଟିଲାଗଡ଼ ଜନସାଧାରଣଙ୍କର ଏକ ଦୀର୍ଘ ଦିନର ସ୍ୱପ୍ନ ପୂରଣ ହେଲା । ପଶ୍ଚିମ ଓଡ଼ିଶାରେ ହେଉଥିବା ବିକାଶ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ସେ କହିଥିଲେ ଯେ ପଶ୍ଚିମ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କର ସ୍ୱତନ୍ତ୍ର ଦୃଷ୍ଟି ରହିଛି । ଏହାସହିତ ମିଶନ ଶକ୍ତିକୁ ଏକ ସ୍ୱତନ୍ତ୍ର ବିଭାଗ କରିଥିବାରୁ ମଧ୍ୟ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ଆଜି ଟିଟିଲାଗଡ଼ର ସବୁ ଲୋକଙ୍କ ପାଇଁ ବହୁତ ଅନନ୍ଦର ଦିନ । ପଶ୍ଚିମ ଓଡ଼ିଶା ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡ଼ିଶାକୁ କେତେ ପ୍ରାଥମିକତା ଦେଉଛନ୍ତି, ଏଥିରୁ ଏହା ସହଜରେ ଅନୁମେୟ ।

କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାର ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା, ପୂର୍ତ୍ତ ବିଭାଗ ସଚିବ କିଶନ କୁମାର ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଟିଟିଲାଗଡ଼ ସବ୍‌ କଲେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବେଆଇନ ମାଙ୍କଡା ପଥର ବୋଝେଇ ଟ୍ରାକ୍ଟର ସହ ୨ ବାଇକ ଜବତ 🔴 ହାତ ଟେକିଦେଲେ ନବୀନ! 🔴 ଆସୁଛି ବଡ଼ ଲଘୁଚାପ 🔴 ପାକିସ୍ତାନ ପରେ ବାଂଲାଦେଶର ପାଳି 🔴 ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୨୭ ମୃତ 🔴 ତୁର୍କୀ, ଅଜରବୈଜାନ ସହ ବନ୍ଦ ହେବ କାରବାର  🔴 ମାନିଲେ ପାକ୍ ପୂର୍ବତନ ବାୟୁସେନା ଅଧିକାରୀ, ପାକିସ୍ତାନି ଆୱାକ୍ସକୁ ନଷ୍ଟ କରିଛି ବ୍ରହ୍ମୋସ 🔴 ନୀରଜ ଚୋପ୍ରାଙ୍କ ନୂଆ ରେକର୍ଡ, ଜାଭେଲିନ ଥ୍ରୋରେ ୯୦ ମିଟର ପାର 🔴 ସତ ମାନିଲା ପାକିସ୍ତାନ, ଭାରତର ଜବାବୀ ଆକ୍ସନରେ ବହୁ ଏୟାରବେସ୍ ଛାରଖାର ହୋଇଛି 🔴 ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ 🔴 ବେଆଇନ ମାଙ୍କଡା ପଥର ବୋଝେଇ ଟ୍ରାକ୍ଟର ସହ ୨ ବାଇକ ଜବତ 🔴 ହାତ ଟେକିଦେଲେ ନବୀନ! 🔴 ଆସୁଛି ବଡ଼ ଲଘୁଚାପ 🔴 ପାକିସ୍ତାନ ପରେ ବାଂଲାଦେଶର ପାଳି 🔴 ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୨୭ ମୃତ 🔴 ତୁର୍କୀ, ଅଜରବୈଜାନ ସହ ବନ୍ଦ ହେବ କାରବାର  🔴 ମାନିଲେ ପାକ୍ ପୂର୍ବତନ ବାୟୁସେନା ଅଧିକାରୀ, ପାକିସ୍ତାନି ଆୱାକ୍ସକୁ ନଷ୍ଟ କରିଛି ବ୍ରହ୍ମୋସ 🔴 ନୀରଜ ଚୋପ୍ରାଙ୍କ ନୂଆ ରେକର୍ଡ, ଜାଭେଲିନ ଥ୍ରୋରେ ୯୦ ମିଟର ପାର 🔴 ସତ ମାନିଲା ପାକିସ୍ତାନ, ଭାରତର ଜବାବୀ ଆକ୍ସନରେ ବହୁ ଏୟାରବେସ୍ ଛାରଖାର ହୋଇଛି 🔴 ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ