Masthead

ବାତ୍ୟାକୁ ଦୃଷ୍ଟିରେ ରଖି ଜାରି ହେଲା ଟୋଲ ଫ୍ରି’ ନମ୍ବର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାଡ଼ି ଆସୁଛି ବାତ୍ୟା । ଏହାକୁ ଦୃଷ୍ଟିରେ ରଖି ଭାରତୀୟ ତଟପକ୍ଷୀ ବାହିନୀ ପକ୍ଷରୁ ଜରୁରୀକାଳୀନ ସହାୟତା ଲାଗି ଟୋଲ ଫ୍ରି ନମ୍ବର-୧୫୫୪ ଜାରି ହୋଇଛି । ଏହା ସହ ସମୁଦ୍ରକୁ ମତ୍ସଜୀବିମାନଙ୍କୁ ଯିବା ପାଇଁ ବାରଣ କରାଯାଇଛି । ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ଥିବା ତଟରକ୍ଷୀ ବାହିନୀର କାର୍ଯ୍ୟାଳୟ ସମେତ ଜାହାଜ, ଡୋର୍ନିୟର ବିମାନ ଏବଂ ଯବାନମାନଙ୍କୁ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ୟପଟେ ଭାରତୀୟ ପାଣିପାଗ କାର୍ୟ୍ୟାଳୟର ପୂର୍ବାନୁମାନ ଅନୁସାରେ ବାତ୍ୟାଟି ଆସନ୍ତାକାଲି ସ୍ଥଳଭାଗ ଛୁଇଁବ। ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ନିକଟରେ ଲ୍ୟାଣ୍ଡଫଲ୍ କରିବ ବୋଲି ଆକଳନ କରାଯାଇଛି। ଏହାର ପ୍ରଭାବରେ ଆମ ରାଜ୍ୟର ୭ଟି ଜିଲ୍ଲାରେ ଅଧିକ ବର୍ଷା ଓ ପବନ ହେବା ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଓ ମାଲକାନଗିରି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା