Masthead

ଟ୍ରକ୍କକୁ ଧକ୍କା ଦେଲା ଟ୍ରକ, ଡ୍ରାଇଭର ଜୀବନ୍ତ ଦଗ୍ଧ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ):  ୪୯ ନମ୍ବର ଜାତୀୟ ରାଜପଥର ମହୁଲଡିଆ ଗାଁ ନିକଟରେ ମର୍ମନ୍ତୁୁଦ ଦୁର୍ଘଟଣା । ଟ୍ରକ୍କକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣା ଏତେ ଭୟାନକ ଥିଲା ଯେ ଘଟଣାସ୍ଥଳରେ ଜଳିଗଲା ଧକ୍କା ଦେଇଥିବା ଟ୍ରକ । ଟ୍ରକ ଭିତରେ ଥିବା ଡ୍ରାଇଭରର ଜୀବନ୍ତ ଦଗ୍ଧ ହୋଇଥିବା ଜଣାପଡିଛି । କେନ୍ଦୁଝର ଜିଲ୍ଲାର ସନର ଥାନା ଏନଏଚ ୪୯ ମହୁଲଡିଆ ଗାଁ ନିକଟରେ ଘଟିଛି ଏହି ଦୁର୍ଘଟଣା । ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ଆଉ ଏକ ଟ୍ରକକୁ ପଛରୁ ପିଟିଛି ।ବଡ଼ ଧରଣର ଧକ୍କା ହେବା ପରେ ଟ୍ରକଟିରେ ସଙ୍ଗେ ସଙ୍ଗେ ନିଆଁ ଲାଗିଯାଇଛି ।

ଟ୍ରକ ଭିତରେ ଥିବା ଡ୍ରାଇଭର ଜଣଙ୍କ ଗାଡିରୁ ବାହାରି ନ ପାରି ଜୀବନ୍ତ ଜଳିଯାଇ ମୃତ୍ୟୁବରଣ କରିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଗ୍ନିଶମ ବାହାନୀକୁ ସୂଚନା ଦେଇଥିଲା । ଏହାପରେ ଅଗ୍ନିଶମ ବାହାନୀ ସେଠାରେ ପହଞ୍ଚି ନିଆଁ ଆୟତତ୍ତ ସହ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର କରିଥିଲା ।  ସ୍ଥାନୀୟ ଲୋକେ ଏପରି ଦୃଶ୍ୟ ଦେଖି ଭୟଭୀତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି