Masthead

ଆସୁଛି କାଳବୈଶାଖୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି କାଳବୈଶାଖୀ । ତାତିରୁ ମିଳିବ ଆଶ୍ୱସ୍ତି । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏ ଗୋଟିଏ ସ୍ଥାନରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବା ସହ ବର୍ଷା ହେବା ନେଇ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ୨୨ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ଅଧାରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।

ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ୫୦ କିମି ବେଗରେ ପବନ ବହିପାରେ । ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସୋନପୁର, ବରଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା