ଆଜିଠାରୁ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ

(ବଡ଼ ଖବର ବ୍ୟୁରୋ): ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ । ଏସଏଏମଏସ ପୋର୍ଟାଲରେ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ଆଡମିଶନ ନେଇ ଆବେଦନ କରିପାରିବେ । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଓ ବିଭାଗର ଅଧିକାରୀଙ୍କୁ ନେଇ ଗଠିତ ହାଇ ପାଓ୍ବାର କମିଟି ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ନାମଲେଖା ପରେ ୟୁଜିସି ଗାଇଡଲାଇନ ମୁତାବକ ପାଠପଢ଼ା ଆରମ୍ଭ ହେବ । କମିଟିର ନିଷ୍ପତି ମୁତାବକ କରୋନା ପାଇଁ କୌଣସି ଆଡ଼ମିଶନ ଫି ବୃଦ୍ଧି କରାଯିବନାହିଁ ।

ଅକ୍ଟୋବରରୁ କ୍ଳାସ ଆରମ୍ଭ ପାଇଁ ୟୁଜିସି ସମୟ ଦେଇଛି । ଯୁକ୍ତ ଦୁଇରେ ମୋଟ ୫୪ ହଜାର ୯୦୦ସିଟ୍ ବୃଦ୍ଧି କରାଯାଇଛି । ୭୨ ହଜାର ସିଟ୍ ବୃଦ୍ଧି ପାଇଁ ଆବେଦନ କରିଥିଲେ ବିଭିନ୍ନ ସ୍କୁଲ । କଳାରେ ସିଟ୍ ବୃଦ୍ଧି ପାଇଁ ୪୦ହଜାର ଆବେଦନ ଆସିଥିଲା କିନ୍ତୁ ୩୮ହଜାର ସିଟ୍ ବୃଦ୍ଧି ପାଇଁ ଅନୁମତି ଦିଆଯାଇଛି । ବିଜ୍ଞାନରେ ସିଟ୍ ବୃଦ୍ଧି ପାଇଁ ୨୫ହଜାର ଆବେଦନ ଆସିଥିଲା ୧୩ ହଜାରକୁ ଅନୁମତି ଦିଆଯାଇଛି । ବାଣିଜ୍ୟରେ ୪ହଜାର ଆବେଦନରୁ ୩ ହାଜର ୯୦୦ ସିଟକୁ ଅନୁମତି ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’