Masthead

କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କାରକୁ ଅଣ୍ଡାମାଡ଼

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଉତ୍ତର ପ୍ରଦେଶର ଲଖିମପୁର ଖେରି ଘଟଣା ପରେ ବିବାଦୀୟ ହୋଇପଡିଥିବା କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ର ଆଜି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ତାଙ୍କୁ ଜୋରଦାର ବିରୋଧ କରିଛି କଂଗ୍ରେସ । ତେବେ ଦଳ ପକ୍ଷରୁ ଭୁବନେଶ୍ୱର ବିମାନବନ୍ଦର ଛକରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କାର ଉପରକୁ ଅଣ୍ଡା ଓ କାଳିମାଡ଼ କରାଯାଇଥିଲା । ଏହା ସହ କଳା ପତାକା ଦେଖାଇ ତାଙ୍କୁ ବିରୋଧ କରାଯାଇଥିଲା ।

କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଆଜି ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିଥିବା ଅବସରରେ ତାଙ୍କୁ କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି । ସୂଚନା ଅନୁଯାୟୀ , ଅକ୍ଟୋବର ୩ରେ ଲଖିମପୁର ଖେରିରେ ଚାଷୀମାନେ ଆନ୍ଦୋଳନ କରୁଥିଲେ । ଏହି ସମୟରେ ଗୋଟିଏ ମହିନ୍ଦ୍ରା ଜିପ ସେମାନଙ୍କ ଉପରେ ଚଢି ଯାଇଥିଲା । ଏଥିରେ ୪ ଜଣ ଚାଷୀଙ୍କ ମୃତ୍ୟୁ ହୋଇଥିଲା । ପରେ ପୁଣି ଏହି ହିଂସାରେ ଆଉ ୪ ଜଣଙ୍କ ଜୀବନ ଯାଇଥିଲା । ଏହି ଘଟଣାରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା ଗିରଫ ହୋଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ