Masthead

କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କାରକୁ ଅଣ୍ଡାମାଡ଼

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଉତ୍ତର ପ୍ରଦେଶର ଲଖିମପୁର ଖେରି ଘଟଣା ପରେ ବିବାଦୀୟ ହୋଇପଡିଥିବା କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ର ଆଜି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ତାଙ୍କୁ ଜୋରଦାର ବିରୋଧ କରିଛି କଂଗ୍ରେସ । ତେବେ ଦଳ ପକ୍ଷରୁ ଭୁବନେଶ୍ୱର ବିମାନବନ୍ଦର ଛକରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କାର ଉପରକୁ ଅଣ୍ଡା ଓ କାଳିମାଡ଼ କରାଯାଇଥିଲା । ଏହା ସହ କଳା ପତାକା ଦେଖାଇ ତାଙ୍କୁ ବିରୋଧ କରାଯାଇଥିଲା ।

କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଆଜି ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିଥିବା ଅବସରରେ ତାଙ୍କୁ କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି । ସୂଚନା ଅନୁଯାୟୀ , ଅକ୍ଟୋବର ୩ରେ ଲଖିମପୁର ଖେରିରେ ଚାଷୀମାନେ ଆନ୍ଦୋଳନ କରୁଥିଲେ । ଏହି ସମୟରେ ଗୋଟିଏ ମହିନ୍ଦ୍ରା ଜିପ ସେମାନଙ୍କ ଉପରେ ଚଢି ଯାଇଥିଲା । ଏଥିରେ ୪ ଜଣ ଚାଷୀଙ୍କ ମୃତ୍ୟୁ ହୋଇଥିଲା । ପରେ ପୁଣି ଏହି ହିଂସାରେ ଆଉ ୪ ଜଣଙ୍କ ଜୀବନ ଯାଇଥିଲା । ଏହି ଘଟଣାରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା ଗିରଫ ହୋଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ