Masthead

ଭିତରକନିକାର ସ୍ଥିତି ପରଖିଲେ କେନ୍ଦ୍ରମନ୍ତ୍ରୀ

ରାଜନଗର (ବଡ଼ ଖବର ବ୍ୟୁରୋ): ଭିତରକନିକା ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି । ପର୍ଯ୍ୟଟନର ବିକାଶ ପାଇଁ ଅଣ୍ଟା ଭିଡ଼ିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ପ୍ରଧାନ ଆଜି ଭିତରକନିକା ଜାତୀୟ ଉଦ୍ୟାନ ବୁଲିଛନ୍ତି । ଭିତରକନିକାକୁ ପ୍ରଥମଥର ପାଇଁ କେନ୍ଦ୍ରମନ୍ତ୍ରୀ ପରିଦର୍ଶନ କରିଛନ୍ତି । ଆଜି ସକାଳୁ ସକାଳୁ ଖୋଳାରୁ ବୋଟ ଯୋଗେ ଜଳପଥରେ ଭିତରକନିକା ଅଞ୍ଚଳର ପ୍ରାକୃତିକ ସୌନ୍ଦର୍ଯ୍ୟ ବୁଲି ଉପଭୋଗ କରିବା ସହ ଭିତରକନିକା ଭିତରେ ଥିବା ମ୍ୟୁଜିୟମ ପରିଦର୍ଶନ କରିଥିଲେ । ପରେ ପରେ ଏଠାକାର ସର୍ବ ପୁରାତନ ଜୟଦୁର୍ଗା ମନ୍ଦିର ପରିଦର୍ଶନ କରି ମା’ଙ୍କ ଦର୍ଶନ କରିଥିଲେ । ଜୟଦୁର୍ଗା ମନ୍ଦିର ପରିସରରେ ଆୟୋଜିତ ଏକ ସଭାରେ ମନ୍ତ୍ରୀ ଅଞ୍ଚଳର ବିକାଶ କଥା କହିବା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସବକା ସାଥ ସବକା ବିକାଶ କଥା ବଖାଣିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା