Masthead

ଆଜିଠାରୁ ବିଜେପି ନେତାଙ୍କ ବାସଭବନକୁ ଘେରାଉ କରିବ ସଂଯୁକ୍ତ କିଷାନ ମୋର୍ଚ୍ଚା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):କେନ୍ଦ୍ରର ସମସ୍ତ ଉଦ୍ୟମ ପରେ ବି ଥମୁନି ଚାଷୀ ଆନ୍ଦୋଳନ। ଜିଦରେ ଅଟଳ ଅନ୍ନଦାତା। ଆସନ୍ତା ୨୧ରୁ ପୁଣି ଦିଲ୍ଲୀ ଚଲୋ ଅଭିଯାନ ଡାକରା। ଆନ୍ଦୋଳନତ ଚାଷୀଙ୍କୁ ସରକାରଙ୍କ ପ୍ରସ୍ତାବ । ୪ଟି ଫସଲ ଉପରେ ୫ବର୍ଷର ଏମଏସପି ଗ୍ୟାରେଣ୍ଟିର ପ୍ରସ୍ତାବ ସରକାର ଦେଇଛନ୍ତି । ଚାଷୀ ସଂଗଠନ କହିଛନ୍ତି ଚାଲିଛି ବିଚାରବିମର୍ଶ । ୨ଦିନ ପରେ ସରକାରଙ୍କୁ ଦେବୁ ଜବାବ ।

୨୦ ତାରିଖ ସୁଦ୍ଧା ସମାଧାନ ନମିଳିଲେ ୨୧ରୁ ବିକ୍ଷୋଭ ଜୋରଦାର କରିବାକୁ ଚେତାବନୀ ଦେଇଛନ୍ତି ଚାଷୀ ସଂଗଠନ ।ଏମଏସପି ଗ୍ୟାରେଣ୍ଟି ନେଇ କେନ୍ଦ୍ର ସରକାର ଦେଇଥିବା ପ୍ରସ୍ତାବକୁ ଖାରଜ କରିଛନ୍ତି କୃଷକ ସଂଗଠନ। ୪ ଫସଲ ଉପରେ ଏମଏସପି ନେଇ ୫ ବର୍ଷର ଚୁକ୍ତି ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛନ୍ତି ଚାଷୀ ସଂଗଠନ। ସେପଟେ ଦାବି ପୂରଣ ଲାଗି ପଞ୍ଜାବ ଚାଷୀଙ୍କ ନୂଆ ତରିକା । ରାଜ୍ୟ ବିଜେପି ନେତାଙ୍କ ବାସଭବନକୁ ଆଜିଠାରୁ ଘେରାଉ କରିବ ସଂଯୁକ୍ତ କିଷାନ ମୋର୍ଚ୍ଚା ।

କୃଷକ ନେତା ବଲବୀର ସିଂ ରାଜେଓ୍ବାଲଙ୍କ ଘୋଷଣା ଅନୁସାରେ ରାଜ୍ୟର ପ୍ରମୁଖ ବିଜେପି ନେତାଙ୍କ ବାସଭବନ ସମ୍ମୁଖରେ ଚାଷୀମାନେ ଘେରାଉ କରିବେ । ଏହା ସହ ଆଜିଠାରୁ ଆସନ୍ତା ୨୨ ତାରିଖ ଯାଏ ରାଜ୍ୟରେ ଥିବା ସମସ୍ତ ଟୋଲଗେଟକୁ ଟୋଲ ଫ୍ରି କରିଦିଆଯିବ । ୩୭ଟି ଚାଷୀ ସଂଗଠନକୁ ନେଇ ଗଠିତ ସଂଯୁକ୍ତ କିଷାନ ମୋର୍ଚ୍ଚାର ଏହି ଘୋଷଣା କେନ୍ଦ୍ର ଉପରେ ଅଧିକ ଚାପ ପକାଇବା ଆଶା କରାଯାଉଛି । ତେଣେ କୃଷକ ଆନ୍ଦୋଳନକୁ ଅଧିକ ଶକ୍ତିଶାଳୀ କରିବା ଲାଗି ଆସନ୍ତା ୨୨ ତାରିଖରେ ଦିଲ୍ଲୀରେ ବୈଠକ ବସିବ ବୋଲି ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ