Masthead

ଭାରତକୁ ସହଯୋଗ କରିବ ଆମେରିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କରୋନାର ଦ୍ୱିିତୀୟ ଲହର ସାରା ଭାରତରେ ଭୟର ବାତାବରଣ ଖେଳାଇଦେଇଛି । ଏହି ଅବସରରେ ଭାରତକୁ ସହାୟତାର ପ୍ରତିଶ୍ରୁତି ଦେଇଥିବା ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ନରେନ୍ଦ୍ର ମୋଦି ଆଲୋଚନା କରିଛନ୍ତି । ଭାରତକୁ ଆବଶ୍ୟକୀୟ ସହାୟତା ଦେବା ନେଇ ଫୋନ୍ ଯୋଗେ ଆଲୋଚନା ହୋଇଛି । ଏହାପୂର୍ବରୁ ଭାରତରେ ଅଧିକରୁ ଅଧିକ କୋଭିସିଲ୍ଡ ଟିକା ଉତ୍ପାଦନ କରିବା ଲାଗି ଆମେରିକା ଆବଶ୍ୟକୀୟ କଂଚାମାଲ ଓ ଅନ୍ୟ ମେଡ଼ିକାଲ ଉପକରଣ ଯୋଗାଇଦେବ ବୋଲି ପୂର୍ବରୁ ଘୋଷଣା କରିଥିଲା ।

ଏନେଇ ଆମେରିକା ଜାତୀୟ ସୁରକ୍ଷା ପରାମର୍ଶଦାତା ଜେକ୍ ସୁଲିବାନ ଓ ତାଙ୍କ ଭାରତୀୟ ପ୍ରତିପକ୍ଷ ଅଜିତ ଡୋଭାଲଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏହାସହ କରୋନା ଟେଷ୍ଟିଂ କିଟ, ଭେଣ୍ଟିଲେଟର ଓ ପିପିଇ କିଟ୍ ଯୋଗାଇ ଦେବା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିବା ହ୍ୱାଇଟହାଉସ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ