Masthead

ଛାଡ଼ିବନି ଆମେରିକା

(ବଡ଼ ଖବର ବ୍ୟୁରୋ): କାଲି ଏୟାରଷ୍ଟ୍ରାଇକ ପରେ ଆଜି ପୁଣି କାବୁଲ ଏୟାରପୋର୍ଟ ଉପରେ ୬ଟି ରକେଟ ଉଡୁଥିବାର ଦେଖିବାକୁ ମିଳିଥିଲା । ପରେ କାବୁଲ ବିମାନବନ୍ଦର ନିକଟରୁ ଧୂଆଁ ବାହାରିଛି । ଆତଙ୍କବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କରିଛି ଆମେରିକା । କାବୁଲ ଏୟାରପୋର୍ଟରେ କାଲି କରିଥିଲା ରକେର୍ଟ ମାଡ଼ ।

ଅନ୍ତର୍ଜାତୀୟ ଗଣମାଧ୍ୟମର ଖବର ଅନୁସାରେ ଆଇଏସଆଇଏସ-ଖୁରାସନ ଆତଙ୍କବାଦୀଙ୍କ ଗାଡିକୁ ଟାର୍ଗେଟ କରି ଏୟାରଷ୍ଟ୍ରାଇକ କରିଛି ଆମେରିକା । ଆଇଏସଆଇଏସ-କେ ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା କାବୁଲ ବିମାନବନ୍ଦର । କାବୁଲ ଏୟାରପୋର୍ଟକୁ ଆତଙ୍କବାଦୀ ଆସୁଥିବା ଗାଡିକୁ ଚିହ୍ନଟ କରିବା ପରେ ରକେଟ୍ ମାଡ କରିଛନ୍ତି ଆମେରିକା ସେନା । ଏହି ପାଲଟା ଆକ୍ରମଣରେ ଜଣେ ଶିଶୁ ସମେତ ୨ ଜଣଙ୍କ ମୃତ୍ୟୁ ଓ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି ।

ଜନବସତି ଉପରେ ଆକ୍ରମଣ ହୋଇଥିବାରୁ ଆତଙ୍କିତ ହୋଇପଡିଛନ୍ତି ଲୋକେ । ଏହାପୂର୍ବରୁ କାବୁଲ ବିମାନବନ୍ଦର ନିକଟରେ ଗୁରୁବାର ସିରିଜ୍ ବିସ୍ଫୋରଣ ହୋଇଥିଲା । ଏଥିରେ ୧୬୯ ଆଫଗାନ ନାଗରିକଙ୍କ ସମେତ ୧୩ ଆମେରିକୀୟ ସୈନ୍ୟଙ୍କର ଜୀବନ ଯାଇଥିଲା । ବହୁ ସଂଖ୍ୟାରେ ଲୋକ ଆହତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!