Masthead

ଏକକ ବିଶ୍ୱବିଦ୍ୟାଳୟ ହେବ ସିଇଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏକକ ବିଶ୍ୱବିଦ୍ୟାଳୟ ହେବ ସିଇଟି । ‘ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ବବିଦ୍ୟାଳୟ’(ଓଡ଼ିଶା ଟେକ୍ନୋଲୋଜି ଆଣ୍ଡ୍ ରିସର୍ଚ୍ଚ ୟୁନିଭର୍ସିଟି) ନାମରେ ନାମିତ କରାଯିବ। ବିଶ୍ବବିଦ୍ୟାଳୟ ସ୍ନାତକ, ସ୍ନାତକୋତ୍ତର ଶିକ୍ଷା ତଥା ପିଏଚ୍‌ଡି ଶିକ୍ଷା କ୍ଷେତ୍ରରେ ନୂଆ ସୁଯୋଗ ପ୍ରଦାନ କରିବ। ଏହି ବିଶ୍ବବିଦ୍ୟାଳୟ ଇଞ୍ଜିନିୟରିଂ, ସାଇନ୍ସ ଓ ଟେକ୍ନୋଲୋଜି କ୍ଷେତ୍ରରେ ତଥା ଅନୁସନ୍ଧାନ, ସୂଚନା ପ୍ରଯୁକ୍ତିବିଦ୍ୟା ଏବଂ ଏହାର ପ୍ରୟୋଗ, ତାଲିମ, ଅନୁସନ୍ଧାନକୁ ସମ୍ପ୍ରସାରିତ କରିବାରେ ସହାୟକ ହେବ।

ଏଥିପାଇଁ ରାଜ୍ୟ ସରକାର ନୂଆ ଆଇନ ପ୍ରଣୟନ କରିବେ। ଏ ବିଷୟରେ ଶନିବାର କ୍ୟାବିନେଟ୍ ମୋହର ବାଜିଛି। ରାଜ୍ୟ, ଦେଶ ଓ ବିଦେଶର ଅନ୍ୟ ବିଶ୍ବବିଦ୍ୟାଳୟଗୁଡ଼ିକ ସହିତ ଅଭିଜ୍ଞତା ଆଦାନ ପ୍ରଦାନ କରାଯାଇପାରିବ ତଥା ଉଚ୍ଚଶିକ୍ଷା ଏବଂ ଅନୁସନ୍ଧାନ ପାଇଁ ନୂଆ ଦ୍ବାର ଉନ୍ମୁକ୍ତ ହୋଇପାରିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ ଯେ ୧୯୮୧ ମସିହାରେ ସିଇଟି ପ୍ରତିଷ୍ଠା କରାଯାଇଥିଲା। ପ୍ରଥମେ ଏହା ଓୟୁଏଟି ଅଧୀନରେ ଥିଲା । ଏବେ ଏହା ବିପିୟୁଟିର ଏକ କନ୍‌ଷ୍ଟିଚୁଏଣ୍ଟ୍ କଲେଜ ଭାବେ କାର୍ଯ୍ୟ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଗକୁ ବଢ଼ିପାରେ ତାତି 🔴 ଭିଡି ସତୀଶନ କେରଳମ ମୁଖ୍ୟମନ୍ତ୍ରୀ 🔴 ପବନରେ ଉଡ଼ିଗଲେ ବ୍ୟକ୍ତି! 🔴 ଭିଜିଲାନ୍ସ ଜାଲରେ ଡିଭିଜନ ଯନ୍ତ୍ରୀ 🔴 ଚିନି ରପ୍ତାନି ବନ୍ଦ କଲା ଭାରତ 🔴 ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଆଶଙ୍କା 🔴 ବିଧାନସଭାରେ ବିଜୟଙ୍କ ବଡ଼ ବିଜୟ 🔴 ଟ୍ରକକୁ ଧକ୍କା ଦେଲା କାର୍ , ଦୁର୍ଘଟଣାରେ ଜଣେ ମୃତ 🔴 ଆଜି ବିଜୟଙ୍କ ଫ୍ଲୋର୍‌ ଟେଷ୍ଟ  🔴 ରାଜ୍ୟର ବିଭିନ୍ନ ସ୍ଥାନରେ ବଢ଼ିପାରେ ତାପମାତ୍ରା 🔴 ଆଗକୁ ବଢ଼ିପାରେ ତାତି 🔴 ଭିଡି ସତୀଶନ କେରଳମ ମୁଖ୍ୟମନ୍ତ୍ରୀ 🔴 ପବନରେ ଉଡ଼ିଗଲେ ବ୍ୟକ୍ତି! 🔴 ଭିଜିଲାନ୍ସ ଜାଲରେ ଡିଭିଜନ ଯନ୍ତ୍ରୀ 🔴 ଚିନି ରପ୍ତାନି ବନ୍ଦ କଲା ଭାରତ 🔴 ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଆଶଙ୍କା 🔴 ବିଧାନସଭାରେ ବିଜୟଙ୍କ ବଡ଼ ବିଜୟ 🔴 ଟ୍ରକକୁ ଧକ୍କା ଦେଲା କାର୍ , ଦୁର୍ଘଟଣାରେ ଜଣେ ମୃତ 🔴 ଆଜି ବିଜୟଙ୍କ ଫ୍ଲୋର୍‌ ଟେଷ୍ଟ  🔴 ରାଜ୍ୟର ବିଭିନ୍ନ ସ୍ଥାନରେ ବଢ଼ିପାରେ ତାପମାତ୍ରା