Masthead

ଡ୍ରୋନ୍ ବ୍ୟବହାର ଉପରେ ଲାଗିଲା କଟକଣା

(ବଡ଼ ଖବର ବ୍ୟୁରୋ): ଜମ୍ମୁ ବିମାନବନ୍ଦରେ ଥିବା ବାୟୁସେନାର ଷ୍ଟେସନ ଉପରେ ଡ୍ରୋନ୍ ଦ୍ୱାରା ଆକ୍ରମଣର କିଛି ଦିନ ପରେ କଡା ଆଭିମୁଖ୍ୟ ଦେଖାଇଛି ଜମ୍ମୁକାଶ୍ମୀର ପ୍ରଶାସନ । ଶ୍ରୀନଗରରେ ଡ୍ରୋନ୍ ବ୍ୟବହାର ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି । ଏପରିକି ଏହି ଅଞ୍ଚଳରେ ଡ୍ରୋନକୁ କେହି ରଖିପାରିବେନି କି ଉଡାଇ ପାରିବେନି ବୋଲି କୁହାଯାଇଛି । ଉଲ୍ଲଙ୍ଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଛି ।

ଏଥିସହ, ଯେଉଁମାନଙ୍କ ନିକଟରେ ଡ୍ରୋନ୍ କ୍ୟାମେରା କିମ୍ବା ସେହିପରି କିଛି ସାମଗ୍ରୀ ରହିଛି, ତାକୁ ନିକଟସ୍ଥ ପୋଲିସ ଷ୍ଟେସନରେ ଜମା କରିବାକୁ ପୋଲିସ ପକ୍ଷରୁ କୁହାଯାଇଛି । ବାୟୁସେନା ଷ୍ଟେସନ ଉପରେ ହୋଇଥିବା ଆକ୍ରମଣ ଭଳି ଆକ୍ରମଣର ଆଶଙ୍କା ରହିଥିବାରୁ ସୁରକ୍ଷା ଦୃଷ୍ଟିକୋଣରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି । ଏହା ପୂର୍ବରୁ ସୀମାବର୍ତ୍ତୀ ଜିଲ୍ଲା ରଜୌରୀ ଓ କାଠୁଆ ଅଞ୍ଚଳରେ ଡ୍ରୋନ୍ ଉଡାଣ ଉପରେ କଟକଣା ଲଗାଇଥିଲା ଜମ୍ମୁକାଶ୍ମୀର ପ୍ରଶାସନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା