Masthead

ଉତ୍ତରାଖଣ୍ଡରେ ଜଳପ୍ରଳୟ ନେଲା ୫୨ ଜୀବନ

ଉତ୍ତରାଖଣ୍ଡ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ଜଳପ୍ରଳୟ ଯୋଗୁ ୫୨ ଲୋକଙ୍କର ଜୀବନ ଯାଇଛି। ଲଗାଣ ବର୍ଷା ପରେ ବନ୍ୟା ବିତ୍ପାତ ଦେଖା ଦେଇଛି । ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି, ଯୋଗାଯୋଗ ଠପ୍ ହୋଇପଡ଼ିଛି। ଏବେବି ଅନେକ ସ୍ଥାନରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ରାସ୍ତାଘାଟ ଜଳାଣ୍ଣବ । ବୁଧବାର ସନ୍ଧ୍ୟା ୬ଟା ପରେ ଜଳସ୍ତର ବଢିଥିଲା  ରାଜ୍ୟର ପାହାଡିଆ ଅଞ୍ଚଳରେ ପାଣି କମିଥିବା ବେଳେ ତଳିଆ ଅଞ୍ଚଳ ଜଳମଗ୍ନ ହୋଇ ରହିଛି । କେଉଁଆଡେ ଯିବାକୁ ହେଲେ ବନ୍ୟାଜଳ ଦେଇ ଯିବାକୁ ପଡୁଛି ।

ରାଜ୍ୟରେ ପରିସ୍ଥିତିର ମୁକାବିଲା ପାଇଁ ଏନଡିଆରଏଫ ଟିମ୍ ନିୟୋଜିତ ହୋଇଛି । ୧୩୦୦ରୁ ଅଧିକଙ୍କୁ ବନ୍ୟା ପ୍ରଭାବିତ ଅଞ୍ଚଳରୁ ଉଦ୍ଧାର କରାଯାଇଛି । ପର୍ଯ୍ୟଟକଙ୍କ ସମେତ ଅନେକ ଲୋକ ଏବେବି ନିଖୋଜ ଅଛନ୍ତି । ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଉଦ୍ଧାର କାର୍ଯ୍ୟ ପାଇଁ ସମସ୍ତ ଜିଲ୍ଲାକୁ ୧୦ କୋଟି ଲେଖାଏ ଘୋଷଣା କରିଛନ୍ତି  । ଏହାସହ ମୃତକଙ୍କ ପରିବାରକୁ ସରକାର ୪ ଲକ୍ଷ ଟଙ୍କାର ସହାୟତା ରାଶି ଦେବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ