Masthead

ଓଡ଼ିଆରେ ଉପରାଷ୍ଟ୍ରପତିଙ୍କ ଦୀକ୍ଷାନ୍ତ ଭାଷଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ଭାରତର ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ । ଆଜି ଦ୍ଵିତୀୟ ଦିନରେ ଉତ୍କଳ ବିଶ୍ଵବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ପ୍ରଥମେ ଓଡ଼ିଆରେ ଭାଷଣ ଆରମ୍ଭ କରିଥିଲେ। ଉତ୍କଳ ବିଶ୍ଵ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଉପରାଷ୍ଟ୍ରପତି ଦୀକ୍ଷାନ୍ତ ଭାଷଣ ଦେଇଥିଲେ। ଦୀକ୍ଷାନ୍ତ ଭାଷଣ ବେଳେ ଓଡ଼ିଶାର ଗୌରବମୟ ଇତିହାସ ବଖାଣିଥିଲେ ଉପରାଷ୍ଟ୍ରପତି। ସେ କହିଥିଲେ, ଚରିତ୍ର ଗଠନସହ ଶିକ୍ଷା ସଫଳ ଜୀବନର ପ୍ରଥମ ପାହାଚ। ଶିକ୍ଷା ହିଁ ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳିତ ଓ ସଂଗଠିତ କରିଥାଏ।

ଏହା ସହିତ ସେ କହିଛନ୍ତି, ପୂର୍ବ ଏସୀୟ ଦେଶ ସହ ନୌବାଣିଜ୍ୟ ଥିଲା ମହାନ ପରମ୍ପରା। ଉତ୍କଳ ବିଶ୍ଵବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ଅବସରରେ ଦେଶର ୫ ଜଣ ବ୍ୟକ୍ତି ଯଥା, ଓଡ଼ିଶା ହାଇକୋର୍ଟର ବିଚାରପତି ସଞ୍ଜୁ ପଣ୍ଡା, ଭାବା ଆଟୋମିକ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ବିଜୟ କୁମାର ସାହୁଙ୍କୁ ସମ୍ମାନ ସୂଚକ ଡକ୍ଟେରେଟ ଡିଗ୍ରୀ ପ୍ରଦାନ କରିଛନ୍ତି ଉପରାଷ୍ଟ୍ରପତି। ଏହା ସହିତ ସେ ତାଙ୍କ ଦୀକ୍ଷାନ୍ତ ଭାଷଣରେ ଛ୍ରାତ୍ରଛାତ୍ରୀମାନଙ୍କୁ କହିଛନ୍ତି, ଚାକିରି ପଛରେ ନ ଗୋଡାଇ ନିଯୁକ୍ତିଦାତା ହେବାକୁ ଚେଷ୍ଟା କରନ୍ତୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା