Masthead

ଆସୁଛନ୍ତି ଉପରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଟୁଇନ୍ ସିଟିରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ୧୫ ପ୍ଲାଟୁନ ଫୋର୍ସ ସହ ୭୦ ଅଫିସର ମୁତୟନ ହୋଇଛନ୍ତି । ଶୁକ୍ରବାର ପୂର୍ବାହ୍ନ ୧୧ ଟା ୧୫ରେ ସ୍ୱତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ସେ ଅବତରଣ କରି ରାଜଭବନ ଯିବେ ।

ସେଠାରେ ମଧ୍ୟାହ୍ନଭୋଜନ ପରେ ଅପରାହ୍ନରେ କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନ ଯିବେ । ସନ୍ଧ୍ୟା ୫ଟା ୩୦ରୁ ୬ଟା ୩୦ପର୍ଯ୍ୟନ୍ତ ସାରଳା ଭବନଠାରେ ଅନୁଷ୍ଠିତ ୬୦୦ତମ ଆଦିକବି ସାରଳା ଦାସଙ୍କ ଜୟନ୍ତୀ ଉତ୍ସବରେ ଯୋଗଦେବେ। ସେଠାରେ ସାରଳା ସାହିତ୍ୟ ସଂସଦର ୪୦ତମ ବାର୍ଷିକ ସମାରୋହ ମଧ୍ୟ ପାଳନ କରାଯିବ । କାର୍ଯ୍ୟକ୍ରମ ପରେ ଉପରାଷ୍ଟ୍ରପତି କଟକରୁ ଫେରି ରାଜଭବନରେ ରାତ୍ରିଯାପନ କରିବେ ।

ଏପ୍ରିଲ ୩ ତାରିଖରେ ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେବେ ଉପ-ରାଷ୍ଟ୍ରପତି। ପୂର୍ବାହ୍ନ ୧୦ଟା ୨୦ ରେ ବାଣୀବିହାର କ୍ୟାମ୍ପସରେ ପହଞ୍ଚି ସେଠାରେ ୧୧ ଟା ୩୦ ପର୍ୟ୍ୟନ୍ତ ରହିବା ପରେ ପୁଣି ରାଜଭବନ ଫେରି ମଧ୍ୟାହ୍ନ ଭୋଜନ କରିବେ । ଅପରାହ୍ନ ୫ଟା ସମୟରେ ସେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ