Masthead

ଆସୁଛନ୍ତି ଉପରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଟୁଇନ୍ ସିଟିରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ୧୫ ପ୍ଲାଟୁନ ଫୋର୍ସ ସହ ୭୦ ଅଫିସର ମୁତୟନ ହୋଇଛନ୍ତି । ଶୁକ୍ରବାର ପୂର୍ବାହ୍ନ ୧୧ ଟା ୧୫ରେ ସ୍ୱତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ସେ ଅବତରଣ କରି ରାଜଭବନ ଯିବେ ।

ସେଠାରେ ମଧ୍ୟାହ୍ନଭୋଜନ ପରେ ଅପରାହ୍ନରେ କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନ ଯିବେ । ସନ୍ଧ୍ୟା ୫ଟା ୩୦ରୁ ୬ଟା ୩୦ପର୍ଯ୍ୟନ୍ତ ସାରଳା ଭବନଠାରେ ଅନୁଷ୍ଠିତ ୬୦୦ତମ ଆଦିକବି ସାରଳା ଦାସଙ୍କ ଜୟନ୍ତୀ ଉତ୍ସବରେ ଯୋଗଦେବେ। ସେଠାରେ ସାରଳା ସାହିତ୍ୟ ସଂସଦର ୪୦ତମ ବାର୍ଷିକ ସମାରୋହ ମଧ୍ୟ ପାଳନ କରାଯିବ । କାର୍ଯ୍ୟକ୍ରମ ପରେ ଉପରାଷ୍ଟ୍ରପତି କଟକରୁ ଫେରି ରାଜଭବନରେ ରାତ୍ରିଯାପନ କରିବେ ।

ଏପ୍ରିଲ ୩ ତାରିଖରେ ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେବେ ଉପ-ରାଷ୍ଟ୍ରପତି। ପୂର୍ବାହ୍ନ ୧୦ଟା ୨୦ ରେ ବାଣୀବିହାର କ୍ୟାମ୍ପସରେ ପହଞ୍ଚି ସେଠାରେ ୧୧ ଟା ୩୦ ପର୍ୟ୍ୟନ୍ତ ରହିବା ପରେ ପୁଣି ରାଜଭବନ ଫେରି ମଧ୍ୟାହ୍ନ ଭୋଜନ କରିବେ । ଅପରାହ୍ନ ୫ଟା ସମୟରେ ସେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ