Masthead

ଶୋଇଥିବା ବେଳେ ଇଞ୍ଜେକ୍ସନ ଫୋଡ଼ି ଗାଁ ସଭାପତିଙ୍କୁ ହତ୍ୟା

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଗାଁ ସଭାପତିଙ୍କୁ ହତ୍ୟା ଅଭିଯୋଗ । ଅନୁଗୁଳ ଜିଲ୍ଲା ଆମ୍ବପାଳ ଗାଁରେ ଗାଁ ସଭାପତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରାଯାଇଛି । ଗାଁର ସଭାପତି ବାଳକୃଷ୍ଣ ନାୟକ ଶନିବାର ରାତିରେ ନିଜ ଘର ଠାରୁ କିଛି ଦୂରରେ ଥିବା କୁକୁଡ଼ା ଫାର୍ମରେ ଶୋଇ ଥିଲେ । ବିଳମ୍ବିତ ରାତିରେ କିଛି ଦୁବୁର୍ତ୍ତ ବାଳକୃଷ୍ଣଙ୍କୁ ଧରି ଏକ ଇଞ୍ଜେକସନ ଫୋଡ଼ି ଦେଇ ପଳାଇ ଯାଇଥିଲେ । ଏହାପରେ ବିଷ ଜ୍ବାଳାରେ ଛଟପଟ ହୋଇ ବାଳକୃଷ୍ଣ ଘରକୁ ଦୌଡ଼ି ପଳାଇ ଆସି ତାଙ୍କୁ କିଛି ଫୋଡି ଦିଆଯାଇଥିବା କହିବା ସହ ବାନ୍ତି କରିଥିଲେ ।

ଏହାପରେ ସେ ଅଚେତ୍ ହୋଇଯାଇଥିଲେ । ପରିବାର ଲୋକେ ତାଙ୍କୁ ଅନୁଗୁଳ ଡାକ୍ତରଖାନା ଓ ପରେ କଟକ ସ୍ଥାନାନ୍ତର କରିଥିଲେ । ହେଲେ କଟକ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା । ଫାର୍ମରୁ ପରିବାର ଲୋକେ ଏକ ହାତ ଲେଖା ବେନାମୀ ଚିଠି ପାଇଥିଲେ । ଯେଉଁଥିରେ ସଭାପତି ମହୋଦୟ , ଗାଁ ପାଇଁ ସହିଦ ହୋଇଯାଅ । ମନା କଲି ମୋ ପଛରେ ଲାଗନା । ଜାନୁଆରୀ ୨୫ ତାରିଖ ଥିଲା , ଆଜି ପୁରଣ ହେଲା ବୋଲି ଲେଖା ଯାଇଥିଲା । ଏହାଛଡା ଦୁଇଟି ସିରିଞ୍ଜ ମଧ୍ୟ ସେ ଜାଗାରୁ ମିଳିଛି । ତେବେ କିଏ ଓ କାହିଁକି ଏଭଳି ଅଭିନବ ଉପାୟରେ ବାଳକୃଷ୍ଣଙ୍କୁ ହତ୍ୟା କରିଛି ସେ ନେଇ ପ୍ରଶ୍ନ ସୃଷ୍ଟି ହୋଇଛି । ବାଳକୃଷ୍ଣଙ୍କ ପରିବାର ପକ୍ଷରୁ ଅଭିଯୋଗ ପରେ ପୋଲିସ ଖବର ପାଇ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା