Masthead

ଆଜିବି ମୌଳିକ ସୁବିଧାରୁ ବଞ୍ଚିତ ଅଛନ୍ତି ଗ୍ରାମବାସୀ

ବନ୍ତ (ବଡ଼ ଖବର ବ୍ୟୁରୋ): ରାସ୍ତା ପାଲଟିଛି ମରଣ ଯନ୍ତା । କାଦୁଅ ସର ସର ରାସ୍ତା ଦେଇ ପ୍ରତ୍ୟେକ ଦିନ ଶହ ଶହ ଲୋକେ ଯାତାୟତ କରୁଛନ୍ତି । ହେଲେ କାହାରି ନଜର ପଡୁନି ଏହି ରାସ୍ତା ଉପରେ । ବନ୍ତ ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତର ତରାଗୋ ଗାଁ କଥା। ଏହି ଗ୍ରାମର ୫ ଓ ୬ ନମ୍ୱର ୱାର୍ଡକୁ ସଂଯୋଗ କରୁଥିବା ଏହି ରାସ୍ତା ଏବେ ମରଣ ଯନ୍ତା ପାଲଟିଯାଇଛି।

ଏହି ରାସ୍ତା ଦେଇ ପ୍ରତ୍ୟେକ ଦିନ ଛାତ୍ରଛାତ୍ରୀଙ୍କ ଠାରୁ ଆରମ୍ଭ କରି ୫୦୦ ରୁ ଅଧିକ ଲୋକ ଯାତାୟାତ କରିଥାନ୍ତି। ଯାହା ଫଳର ଅସରାଏ ବର୍ଷା ହେଲେ ଦୁର୍ଦ୍ଦଶା କହିଲେ ନସରେ। ଏନେଇ ବାରମ୍ବାର ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ନେତୃତ୍ୱଙ୍କୁ ଜଣାଇଲେ ମଧ୍ୟ କିଛି ଲାଭ ପାଇପାରୁ ନାହାନ୍ତି ଗ୍ରାମବାସୀ । ଜଳଜଳ ହୋଇ ଦିଶୁଛି ରାସ୍ତାର ଦୂରବସ୍ଥା । ତେବେ ନିଦ୍ରାରେ ଥିବା ପ୍ରଶାସନର କେବେ ନିଦ ଭାଙ୍ଗୁଛି ତାହା ଦେଖିବାକୁ ବାକି ରହିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା