Masthead

ପୋଲିସକୁ ଗୋଡ଼ାଇ ଗୋଡ଼ାଇ ଛେଚିଲେ ଗ୍ରାମବାସୀ

ସୋନପୁର (ବଡ଼ ଖବର ବ୍ୟୁରୋ):   ତଦନ୍ତରେ ଯାଇଥିବା ପୋଲିସକୁ ଗୋଡାଇ ଗୋଡାଇ ମାଡ ମାରିଲେ ଗ୍ରାମବାସୀ । ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ତିଲେଇମାଳ ଗ୍ରାମକୁ ତଦନ୍ତରେ ଯାଇଥିବା ଜଣେ ପୋଲିସ ଏଏସଆଇଙ୍କୁ ଗୋଡାଇ ଗୋଡାଇ ଗ୍ରାମବାସୀ ମାଡ ମାରିଥିବା ଅଭିଯୋଗ ହୋଇଛି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି । ତିଲେଇମାଲ ଗ୍ରାମରେ ସୁବାସ ପଧାନ ଓ ରତ୍ନାକର ପଧାନ ଙ୍କ ମଧ୍ୟରେ ଗତ କାଲି ଗଣ୍ଡଗୋଳ ହୋଇଥିଲା। ଏନେଇ ଉଭୟ ପକ୍ଷରୁ ସୁବଳୟା ଥାନାରେ ମାମଲା ରୁଜୁ ହୋଇଥିଲା।

ଉକ୍ତ ମାମଲାର ତଦନ୍ତ କରିବାକୁ ସୁବଳୟା ଥାନାର ଏଏସଆଇ ଗୌରହରୀ ମେହେର ଓ ଗ୍ରାମରକ୍ଷୀ ରବୀଚନ୍ଦ୍ର ବିଭାର ଉକ୍ତ ଗ୍ରାମକୁ ଯାଇଥିଲେ । ଉଭୟ ପରିବାରୁ ଡାକି ତଦନ୍ତ କରୁଥିବାବେଳେ ତଦନ୍ତରେ ଅସନ୍ତୋଷ ପ୍ରକାଶ କରି ଗ୍ରାମବସୀ ଏଏସଆଇ ମେହେରଙ୍କୁ ଆକ୍ରମଣ କରି ମାଡ ମାରିଥିବା ଅଭିଯୋଗ ହୋଇଛି । ଖବରପାଇ ପୋଲିସ ଯାଇ ଏଏସଆଇ ମେହେରଙ୍କୁ ଉଦ୍ଧାର କରିଥିଲା । ଏନେଇ ସୁବଳୟା ଥାନାରେ କର୍ତ୍ତବ୍ୟରତ ଜଣେ ପୋଲିସ ଅଧିକାରୀଙ୍କୁ ମାଡ ମାରିଥିବା ଅଭିଯୋଗରେ ଗ୍ରାମର ନେପୁର ପ୍ରଧାନ, ମହାଦେବ ସାହୁ, ପ୍ରଫୁଲ୍ଲ ସାହୁ, ଦୁର୍ଗାପ୍ରସାଦ ପଧାନ, ରାଘବ ସାହୁ, ବାଦଲ ପଧାନ, ବେଲାରସେନ ହାତୀ ଓ ଅନ୍ୟମାନଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ