ଆଇନକୁ ହାତକୁ ନେଲେ ଗ୍ରାମବାସୀ

ବସ୍ତା (ବଡ଼ ଖବର ବ୍ୟୁରୋ):ଆଇନକୁ ହାତକୁ ନେଲେ ଲୋକେ । ଛେଳି ଚୋରକୁ ନିର୍ଧୁମ ଛେଚିଲେ । ସେତିକିରେ ମନ ଶାନ୍ତ ହେଲାନି । ବେକରେ ଜୋତାମାଳ ପିନ୍ଧାଇ ଗାଁ ଦାଣ୍ତରେ ବୁଲାଇଲେ । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ବାଲେଶ୍ବର ଜିଲ୍ଲା ବସ୍ତା ଥାନା ସାନଖୁଡି ଗ୍ରାମର କରୁଣାକର ଦାସ ସେହି ଗ୍ରାମର ବଂଶୀଧର ଦାସଙ୍କ ଘରୁ ଏକ ଛେଳି ଚୋରି କରିଥିଲେ । କୌଣସି ସୂତ୍ରରୁ ଖବର ପାଇ ବଂଶୀଧର ଏବଂ ତାଙ୍କ ପୁଅ ବାପି କରୁଣାକରଙ୍କୁ କାବୁ କରିଥିଲେ । ପରେ ବସିଥିଲା ଗାଁ ଲୋକଙ୍କ ବୈଠକ । କରୁଣାକର ଛେଳି ଚୋରି କରିଥିବା ସ୍ପଷ୍ଟ ହେବା ପରେ ଗ୍ରାମର ମହିଳାମାନେ ଏକଜୁଟ ହୋଇଥିଲେ । କରୁଣାକରଙ୍କୁ ନିର୍ଧୁମ ଛେଚିବା ସହ ବେକରେ ଜୋତା ମାଳ ପକାଇ ଗାଁ ଦାଣ୍ତରେ ବୁଲାଇଥିଲେ । ପରେ କରୁଣାକରଙ୍କୁ ପୋଲିସ ଜିମା ଦେଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’