ଅଚିହ୍ନା ଯୁବକଙ୍କ ଶବ ସତ୍କାର

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ଅଚିହ୍ନା ଯୁବକଙ୍କ ଶବ ସତ୍କାର । ସମ୍ମାନର ଶେଷ ସଂସ୍କାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ । ସହରର ବିଭୂତିପଡା ଶ୍ମଶାନରେ ଅଚିହ୍ନା ଯୁବକର ଶବଦାହ କରି ମାନବିକତାର ପରିଚୟ ଦେଇଛି ସ୍ଵେଚ୍ଛାସେବୀ ସଂଗଠନ । ସୂଚନା ଅନୁସାରେ, ବଲାଙ୍ଗିର-ଦେଓଗାଁ ରାସ୍ତା ଘୁଚିପାଲି ଛକରେ ଜଣେ ୨୫ ବର୍ଷୀୟ ଯୁବକଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇ ଚାଲି ଯାଇଥିଲା। ଗୁରୁତର ଯୁବକଙ୍କୁ ଦେଓଗାଁ ପୋଲିସ ଉଦ୍ଧାର କରି ଅଗ୍ନିଶମ ବାହିନୀ ସହାୟତାରେ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ବଲାଙ୍ଗିରକୁ ଆଣିଥିଲା।

ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଯୁବକଙ୍କ ପରିଚୟ ମିଳି ପାରି ନ ଥିବାରୁ ହସ୍ପିଟାଲର ଶବ ସତ୍କାର ଗୃହରେ ୭୨ ଘଣ୍ଟା ପର୍ୟ୍ୟନ୍ତ ଶବ ରଖାଯାଇଥିଲା। ଶବ ନେବା ପାଇଁ କେହି ଦାବିଦାର ନ ଥିବାରୁ ଦେଓଗାଁ ପୋଲିସ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନକୁ ଯୋଗାଯୋଗ କରିଥିଲା। ଏବଂ ମେଡିକାଲ ଓ ପୋଲିସ ପ୍ରଶାସନର ସମସ୍ତ ଔପଚାରିକତା ସରିବା ପରେ ଦେଓଗାଁ ପୋଲିସ ଉପସ୍ଥିତିରେ ଉକ୍ତ ଯୁବକର ଶବଦାହ କରିଥିଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ।ସ୍ଵେଚ୍ଛାସେବୀ ସଂଗଠନର ଏଭଳି ମହତ୍ କାର୍ୟ୍ୟକୁ ବିଭିନ୍ନ ମହଲରେ ପ୍ରସଂଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ