Masthead

ବୁଥ ବଦଳରେ ବ୍ଲକରେ ହେବ ଭୋଟ ଗଣତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏଣିକି ବୁଥ ବଦଳରେ ବ୍ଲକରେ ହେବାକୁ ଯାଉଛି ଭୋଟ ଗଣତି । ଏଥିପାଇଁ ପ୍ରସ୍ତୁତି ସହିତ ଇଲକ୍ଟୋରାଲ ରୋଲ ପ୍ରସ୍ତୁତ କରିବା ଏବଂ ବୁଥ ତାଲିକା ପ୍ରସ୍ତୁତ ପାଇଁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ସେପଟେ ରାଜନୈତିକ ଦଳ ମଧ୍ୟ ସେମାନଙ୍କର ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ଏଥର ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ବ୍ଲକରେ ହେବ। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ପୂର୍ବରୁ ଯେମିତି ବୁଥରେ ହେଉଥିଲା ଏଥର ସେମିତି ହେବନି। ଗୋଟିଏ ଦିନରେ ନିର୍ବାଚନ ହୋଇଥିବା ସମସ୍ତ ବ୍ଲକରେ ଭୋଟ ଗଣତି ହେବ। ଭୋଟ ଗଣତି ପରେ ବାଲଟ ବାକ୍ସ ଆଣି ବ୍ଲକରେ ପ୍ରସ୍ତୁତ ହୋଇଥିବା ଷ୍ଟ୍ରଙ୍ଗ ରୁମରେ ରଖାଯିବ।

ଏ ନେଇ ସମସ୍ତ ପ୍ରସ୍ତୁତି କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ। ଏହା ସହିତ ଜାନୁଆରୀ ୧, ୨୦୨୧ ଭୋଟର ଲିଷ୍ଟ ଅନୁସାରେ ଇଲକ୍ଟୋରାଲ ରୋଲ ପ୍ରସ୍ତୁତ କରାଯିବ। ପ୍ରତି ଓ୍ବାର୍ଡ ଏବଂ ପଞ୍ଚାୟତରେ ଭୋଟର ଲିଷ୍ଟ ସଂଶୋଧନ କରାଯିବ ।

୬ ମାସଭିତରେ ଯଦି କାହାର ବୟସ ଭୋଟ ଦେବା ପାଇଁ ହୋଇ ଯାଇଥିବ ତାହେଲେ ସେମାନଙ୍କୁ ଅନ୍ତୁର୍ଭୁକ୍ତ କରାଯିବ। ଏଥର ବୁଥ ସଂଖ୍ୟା ବଢ଼ାଯିବ। ସେହି ଅନୁସାରେ ବାଲାଟ ବକ୍ସ ମଧ୍ୟ ବୃଦ୍ଧି କରାଯିବ। ଜାନୁୟାରୀ ୨୬ ତାରିଖ ସୁଦ୍ଧା ବୁଥ ତାଲିକା ଦେବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି