Masthead

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆଜି ଆସିପାରେ ସୁପ୍ରିମ୍‌ ରାୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସୁପ୍ରିମକୋର୍ଟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନର ଶୁଣାଣି କରିବେ । ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି କେଜ୍ରିୱାଲ । ଅବକାରୀ ଦୁର୍ନୀତି ମାମଲାରେ ନିକଟରେ ଇଡି ଚାର୍ଜସିଟ୍ ଦାଖଲ କରିଛି । ଯେଉଁଥିରେ କେଜ୍ରିଓ୍ୱାଲଙ୍କ ସଂପୃକ୍ତି ନେଇ ହ୍ୱାଟସଆପ ଚାଟ୍ ସମେତ ଅନ୍ୟାନ୍ୟ ପ୍ରମାଣ ଦାଖଲ କରିଛି ।

ସେହିପରି ୧୦୦ କୋଟି ଟଙ୍କାର ଲାଞ୍ଚ ନେଇଥିବା ଇଡି ପକ୍ଷରୁ କୋର୍ଟକୁ କୁହାଯାଇଛି । ସୁପ୍ରିମକୋର୍ଟର ୱେବସାଇଟ ଅନୁଯାୟୀ, ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ନେତୃତ୍ୱରେ ଏକ ବେଞ୍ଚ ଏହି ପ୍ରସଙ୍ଗରେ ନିଜର ରାୟ ଦେବ। ଜଷ୍ଟିସ ଦୀପଙ୍କର ଦତ୍ତଙ୍କୁ ମଧ୍ୟ ବେଞ୍ଚରେ ଅନ୍ତର୍ଭୁକ୍ତ କରାଯାଇଛି। ଏହାପୂର୍ବରୁ କେଜ୍ରିୱାଲଙ୍କ ଏହି ଆବେଦନ ମେ ୧୭ରେ ଏସସିରେ ଶୁଣାଣି ହୋଇଥିଲା। ତା’ପରେ ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ସଂରକ୍ଷଣ କରି କହିଛନ୍ତି, ଅରବିନ୍ଦ କେଜ୍ରିୱାଲ ଜାମିନ ପାଇଁ ଟ୍ରାଏଲ କୋର୍ଟକୁ ଯାଇପାରିବେ।

ଏପ୍ରିଲ ୧୫ରେ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଇଡିଙ୍କଠାରୁ ଜବାବ ମାଗିଥିଲେ। ଅରବିନ୍ଦ କେଜ୍ରିୱାଲ ଏପ୍ରିଲ ୯ରେ ଦିଲ୍ଲୀ ଏଚସିର ଆଦେଶକୁ ସର୍ବୋଚ୍ଚ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଏହି ମାମଲାରେ କେଜ୍ରିୱାଲଙ୍କ ଗିରଫଦାରୀକୁ ଦିଲ୍ଲୀ ଏଚସି ସମର୍ଥନ କରି କହିଛି ଯେ ଏଥିରେ କୌଣସି ବେଆଇନତା ନାହିଁ ଏବଂ ଅନୁସନ୍ଧାନରେ ଯୋଗଦେବାକୁ ବାରମ୍ବାର ମନା କରିବା ପରେ ଇଡି ପାଖରେ କୌଣସି ବିକଳ୍ପ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ