ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର

ବାରିପଦା (ବଡ଼ ଖବର ବ୍ୟୁରୋ): ଶିମିଳିପାଳରେ ପ୍ରବଳ ବର୍ଷା ପାଇଁ ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର । ଫଳରେ ବାରିପଦା ମଧୁବନର ତଳିଆ ଅଞ୍ଚଳରେ ପାଣି ମାଡ଼ି ଯାଇଛି । ଲୋକଙ୍କ ଘରେ ପାଣି ପଶିବା ଫଳରେ ଲୋକଙ୍କୁ ସ୍ଥାନାନ୍ତର କରିବା ପ୍ରକ୍ରିୟା ଆରମ୍ଭ କରାଯାଇଛି। ଓଡ୍ରାଫ୍ ଟିମ୍ ମୁତୟନ ସହିତ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଜିଲ୍ଲା ପ୍ରଶାସନ ବରିଷ୍ଠ ଅଧିକାରୀ ପହଞ୍ଚି ଘଟଣା ଉପରେ ନଜର ରଖିଛନ୍ତି । ଅନ୍ୟପଟେ ଜାତୀୟ ରାଜପଥ ୪୯ ଉପରେ ଅବସ୍ଥିତ ଦ୍ୱାରଶୁଣି ଘାଟି ରାସ୍ତା ସମ୍ପ୍ରସାରଣ ଚାଲିଥିବା ବେଳେ ପ୍ରବଳ ବର୍ଷା ଫଳରେ ଘାଟି ରାସ୍ତା ସମ୍ପୂର୍ଣ୍ଣ ବେହାଲ ହେଇ ପଡ଼ିଛି ।

ଫଳରେ ଯାତାୟତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି । ବୁଢ଼ାବଳଙ୍ଗ ନଦୀର ଜଳସ୍ତର ଧୀରେ ଧୀରେ ବୃଦ୍ଧି ପାଇବା ଫଳରେ ବଡ଼ସାହି ବେତନଟୀ ଅଞ୍ଚଳରେ ମଧ୍ୟ ବନ୍ୟା ଆଶଙ୍କା ରହିଛି । ଅନ୍ୟପଟେ ଶୁଳିଆପଦା ଓ ରାସୋଗବିନ୍ଦପୁର୍ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇଛି । ଝାଡ଼ଖଣ୍ଡର ଗାଲୁଡିହି ବ୍ୟାରେଜରେ ୯ଟି ଗେଟ୍ ଖୋଲା ଯାଇଥିବାରୁ ସୁବର୍ଣ୍ଣରେଖାର ଜଳସ୍ତର ମଧ୍ୟ ବୃଦ୍ଧି ପାଇଛି । ଜିଲ୍ଲାର ବାଙ୍ଗିରିପୋଷି ,ବିଶୋଇ,କୁଳିଅଣା ବାରିପଦା ଅଞ୍ଚଳରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ପ୍ରବଳ ବର୍ଷା ଆଶଙ୍କା ଦୃଷ୍ଟିରେ ରଖି ୬ଟି ବ୍ଲକର ସମସ୍ତ ସ୍କୁଲକୁ ମଧ୍ୟ ବନ୍ଦ କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜ ମୋହନ ରାମ 🔴 ପିପିଲି କଲେଜ ସମ୍ପୂର୍ଣ୍ଣ ଦଖଲ କଲା ଏବିଭିପି 🔴 ଯନ୍ତ୍ରୀଙ୍କ ନିକଟରୁ ମିଳିଲା ପୁଳା ପୁଳା ଟଙ୍କା 🔴 ଆଜି ଓଡ଼ିଶା ଆସିବେ ରାଜ୍ୟପାଳ 🔴 ୨୫ରେ ଲଘୁଚାପ! 🔴 ଦୁଇ ଉପ ମୁଖ୍ୟମନ୍ତ୍ରୀ ଖାଇଲେ ମାତ, ପାରି ହୋଇଗଲେ ମନ୍ତ୍ରୀ 🔴 ୨ଦିନ ବର୍ଷା ସମ୍ଭାବନା 🔴 ସ୍କୁଲ ଛାତ ଭୁଶୁଡ଼ି ୧୮ ମୃତ 🔴 ଆଜି ୬ ହଜାର ୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 🔴 ପୁଣି ବର୍ଷା ସମ୍ଭାବନା 🔴 ଆଜି ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜ ମୋହନ ରାମ 🔴 ପିପିଲି କଲେଜ ସମ୍ପୂର୍ଣ୍ଣ ଦଖଲ କଲା ଏବିଭିପି 🔴 ଯନ୍ତ୍ରୀଙ୍କ ନିକଟରୁ ମିଳିଲା ପୁଳା ପୁଳା ଟଙ୍କା 🔴 ଆଜି ଓଡ଼ିଶା ଆସିବେ ରାଜ୍ୟପାଳ 🔴 ୨୫ରେ ଲଘୁଚାପ! 🔴 ଦୁଇ ଉପ ମୁଖ୍ୟମନ୍ତ୍ରୀ ଖାଇଲେ ମାତ, ପାରି ହୋଇଗଲେ ମନ୍ତ୍ରୀ 🔴 ୨ଦିନ ବର୍ଷା ସମ୍ଭାବନା 🔴 ସ୍କୁଲ ଛାତ ଭୁଶୁଡ଼ି ୧୮ ମୃତ 🔴 ଆଜି ୬ ହଜାର ୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 🔴 ପୁଣି ବର୍ଷା ସମ୍ଭାବନା