କମୁଛି ବିଭିନ୍ନ ନଦୀର ଜଳସ୍ତର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ଲଗାଣ ବର୍ଷା ପ୍ରଭାବରେ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଥିବା ବେଳେ ବର୍ଷା କମିବା ପରେ ଏବେ ଜଳସ୍ତର ହ୍ରାସ ପାଉଛି । ସେପଟେ ମହାନଦୀର ଜଳସ୍ତର କମୁଥିବା ବେଳେ ବୁଢାବଳଙ୍ଗ, ଋଷିକୂଲ୍ୟା,ଇବ୍,ସୁବର୍ଣ୍ଣରେଖା,ବ୍ରାହ୍ମଣୀ ଓ ବୈତରଣୀ ସମେତ ପ୍ରାୟ ସବୁ ନଦୀର ଜଳସ୍ତର ଏବେ ହ୍ରାସ ପାଉଛି ।

ହୀରାକୁଦର ଜଳସ୍ତର ହ୍ରାସ ପାଉଥିବା ବେଳେ ଜଳଭଣ୍ଡାରର ଆଉ ୪ଟି ଗେଟ ବନ୍ଦ କରିଦିଆଯାଇଛି । ତେବେ ବର୍ତ୍ତମାନ ୮ଟି ଗେଟ୍ ଦେଇ ଜଳନିଷ୍କାସନ ହେଉଛି । ଆଜି ସକାଳ ୬ଟା ସୁଦ୍ଧା ସେଠାରେ ୧୨ଟି ଗେଟ ଖୋଲାଥିଲା । ସେତେବେଳେ ଜଳ ଭଣ୍ଡାରକୁ ୨ଲକ୍ଷ ୩୭ ହଜାର ୫୮୩ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨ଲକ୍ଷ ୨୪ ହଜାର ୮୭୮ କ୍ୟୁସେକ ଜଳ ନିଷ୍କାସିତ ହେଉଥିଲା ।

ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲ୍ଲାରେ ବ୍ୟାପକ ଧାନ ଓ ପନିପରିବା ଚାଷର କ୍ଷୟକ୍ଷତି ହୋଇଛି । ଜିଲ୍ଲାର ରେମୁଣା,ବସ୍ତା,ବାଲିଆପାଳ,ଭୋଗରାଇ ଓ ବାଲେଶ୍ୱର ସଦର ବ୍ଲକରେ ଅନେକ ଅଞ୍ଚଳ ଜଳମଗ୍ନ ହୋଇଯାଇଛି । ସେ ନେଇ ହଜାର ହଜାର ହେକ୍ଟର ଚାଷ ଜମିରେ ବନ୍ୟା ପାଣି ମାଡିଯାଇଛି । ଯାହାର ଯୟକ୍ଷତି ଆକଳନ କରିବାକୁ ଚାଷୀମାନେ ଦାବି କରିଛନ୍ତି । ସେପଟେ ଲଗାଣ ବର୍ଷା ଯୋଗୁ ପୁରୀ ଜିଲ୍ଲାର କାକଟପୁର ଓ ଅସ୍ତରଙ୍ଗ ଅଞ୍ଚଳରେ ଦେବୀ ନଦୀର ବନ୍ଧରେ ବିଭିନ୍ନ ସ୍ଥାନରେ ମାଟି ଧୋଇଯାଇଛି । ଏନେଇ ଲୋକେ ଆଖପାଖର ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା