Masthead

ଆରମ୍ଭ ହେଲାଣି ଶୀତର ଲହରୀ, ରାଜ୍ୟରେ ହୋଇପାରେ କାଁ ଭାଁ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ହୋଇପାରେ । ୪ ତାରିଖରେ ପାଗ ଶୁଖିଲା ରହିବ । ୫ରେ ଗଞ୍ଜାମ ଓ ପୁରୀର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୬ରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା ଓ କନ୍ଧମାଳରେ ହାଲୁକା ବର୍ଷା ସମ୍ଭାବନା ଅଛି । ୭, ୮ ଓ ୯ ତାରିଖରେ ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେପଟେ ଲମତାପୁଟ ବ୍ଲକରେ ତଳ ମୁହାଁ ପାରଦ। ଲମତାପୁଟରେ ହାଡ଼ଭଙ୍ଗା ଶୀତ ଲହରି ଆରମ୍ଭ ହୋଇଛି। ଏଠାରେ ପାରଦ ୧୫ ଡିଗ୍ରୀ ତଳକୁ ଖସିଛି। ଡେରିରେ ହେଉ ପଛେ ଶୀତ ପଡ଼ିଛି। ସକାଳ ୧୦ଟା ପର୍ଯ୍ୟନ୍ତ କୁହୁଡ଼ି ସାରା ଅଞ୍ଚଳକୁ ଢାଙ୍କି ରଖୁଛି। ଫଳରେ ଯାତାୟତରେ ବିଭିନ୍ନ ସମସ୍ୟା ଉପୁଜୁଛି। କୋରାପୁଟର କାଶ୍ମୀର କୁହାଯାଉଥିବା ଲମତାପୁଟ ବ୍ଲକରେ ଶୀତ ଧୀରେ ଧୀରେ ବଢିବାରେ ଲାଗିଛି। ଶୀତ ପଡ଼ିବା ଯୋଗୁଁ ଲମତାପୁଟ ବ୍ଲକକୁ ପର୍ଯ୍ୟଟନଙ୍କ ଆଗମନ ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ଭଲ ବର୍ଷା ହୋଇଥିବା ବେଳେ ଶୀତ ବଢିବା ନେଇ ଆଶା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର