Masthead

୨ଦିନ ପାଗ ଶୁଖିଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବର୍ଷାର ଅଭାବ । ଚିନ୍ତାଗ୍ରସ୍ତ ଚାଷୀ । ୨ଦିନ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ। ଜୁଲାଇ ଭଳି ଅଗଷ୍ଟରେ ମଧ୍ୟ ଭଲ ବର୍ଷା ହେବାର ସମ୍ଭାବନା ନାହିଁ । ଅଗଷ୍ଟ ଆରମ୍ଭରୁ ହିଁ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

ତିନି ତିନିଟି ଲଘୁଚାପ ପରେ ମଧ୍ୟ ଅଭାବୀ ବର୍ଷାରେ ସରିଛି ଜୁଲାଇ। ତେବେ କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଓଡ଼ିଶା ସଂଲଗ୍ନ ଅଞ୍ଚଳର ବାୟୁମଣ୍ଡଳର ଉପରି ଭାଗରେ ବାୟୁ ପ୍ରଭାବ‌ର ଯେଉଁ ସ୍ଥିତି ରହୁଛି, ତାହା ପ୍ରଭାବରେ ଆସନ୍ତା ୪ ଓ ୫ ତାରିଖ ଆଡ଼କୁ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

୪ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ଦେଓଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ସେହିଭଳି ୫ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ ବାଲେଶ୍ବର ଆଦି ଜିଲ୍ଲାର କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଦୁଇ ଦିନ ପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା