Masthead

ପାରିବାରିକ କଳହରୁ କୂଅକୁ ଡ଼େଇଁଲେ ମହିଳା

ସୁକିନ୍ଦା  (ବଡ଼ ଖବର ବ୍ୟୁରୋ): ପାରିବାରିକ କଳହରୁ କୂଅକୁ ଡେଇଁଲେ ମହିଳା । ସୁକିନ୍ଦାର ରାଜଗୋଲା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ସୂଚନା ମୁତାବକ ଗ୍ରାମର ଅକ୍ଷୟ କୁମାର ତ୍ରପାଠୀ ଓ ତାଙ୍କ ସ୍ତ୍ରୀ ପୂଜାରାଣୀ ପଣ୍ଡାଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା । ପାରିବାରିକ କଳହକୁ କେନ୍ଦ୍ରକରି ପୂଜାରାଣୀ ଘର ପାର୍ଶ୍ଵରେ ଥିବା ଗଭୀର କୂଅ ମଧ୍ୟକୁ ଡେଇଁ ପଡ଼ିଥିଲେ । କୂଅରେ ପଡି ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଏହା ଦେଖି ସ୍ଥାନୀୟ ଲୋକେ ସୁକିନ୍ଦା ଦମକଳ ବାହୀନିର କର୍ମଚାରୀଙ୍କ ସହିତ ଯୋଗାଯୋଗ କରିଥିଲେ । ସୁକିନ୍ଦା ଅଗ୍ନିଶମ ଅଫିସର୍ ରଜନୀକାନ୍ତ ସାମଲଙ୍କ ନେତୃତ୍ବରେ ଏକ ସ୍ବତନ୍ତ୍ର ଟିମ୍ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ