Masthead

ପାରିବାରିକ କଳହରୁ କୂଅକୁ ଡ଼େଇଁଲେ ମହିଳା

ସୁକିନ୍ଦା  (ବଡ଼ ଖବର ବ୍ୟୁରୋ): ପାରିବାରିକ କଳହରୁ କୂଅକୁ ଡେଇଁଲେ ମହିଳା । ସୁକିନ୍ଦାର ରାଜଗୋଲା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ସୂଚନା ମୁତାବକ ଗ୍ରାମର ଅକ୍ଷୟ କୁମାର ତ୍ରପାଠୀ ଓ ତାଙ୍କ ସ୍ତ୍ରୀ ପୂଜାରାଣୀ ପଣ୍ଡାଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା । ପାରିବାରିକ କଳହକୁ କେନ୍ଦ୍ରକରି ପୂଜାରାଣୀ ଘର ପାର୍ଶ୍ଵରେ ଥିବା ଗଭୀର କୂଅ ମଧ୍ୟକୁ ଡେଇଁ ପଡ଼ିଥିଲେ । କୂଅରେ ପଡି ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଏହା ଦେଖି ସ୍ଥାନୀୟ ଲୋକେ ସୁକିନ୍ଦା ଦମକଳ ବାହୀନିର କର୍ମଚାରୀଙ୍କ ସହିତ ଯୋଗାଯୋଗ କରିଥିଲେ । ସୁକିନ୍ଦା ଅଗ୍ନିଶମ ଅଫିସର୍ ରଜନୀକାନ୍ତ ସାମଲଙ୍କ ନେତୃତ୍ବରେ ଏକ ସ୍ବତନ୍ତ୍ର ଟିମ୍ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା