Masthead

ମହିଳା ଜୀବନ୍ତ ଦଗ୍ଧ

ଦଶରଥପୁର(ବଡ଼ ଖବର ବ୍ୟୁରୋ): ଅଗ୍ନିକାଣ୍ଡରେ ମହିଳା ଜୀବନ୍ତ ଦଗ୍ଧ । ଘରେ ଥିବା ଆସବାବପତ୍ର, ଟଙ୍କା, ଅଳଙ୍କାର ଓ ବହୁମୂଲ୍ୟବାନ ଜିନିଷ ପୋଡି ପାଉଁଶ ହୋଇଯାଇଛି । ଏହି ଘଟଣା ଘଟିଛି ଯାଜପୁର ଜିଲ୍ଲା କନିକାପଡା ପଂଚାୟତ ଶ୍ରୀରାମପୁର ଗାଁରେ । ଗାଁର ନିରଞ୍ଜନ ଦାସଙ୍କ ଘର ସମ୍ପୂର୍ଣ୍ଣ ଜଳିଯାଇଛି । ଶନିବାର ବିଳମ୍ବିତ ରାତିରେ ଘରେ ସମସ୍ତେ ଶୋଇବା ପରେ ହଠାତ୍ ନିଆଁ ଲାଗିଥିଲା । ଗାଁ ଲୋକେ ଘରେ ଶୋଇଥିବା ନିରଞ୍ଜନଙ୍କ ତିନି ବର୍ଷର ଝିଅ ଓ ମା’ ଙ୍କୁ ଉଦ୍ଧାର କରିଥିଲେ । କିନ୍ତୁ ତାଙ୍କ ସ୍ତ୍ରୀ ମଧୁସ୍ମିତାଙ୍କୁ ଉଦ୍ଧାର କରିପାରି ନଥିଲେ । ସେ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ । ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡି ନାହିଁ । ମଙ୍ଗଳପୁର ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ