Masthead

ନଦୀରେ ଭାସିଗଲେ ମହିଳା, ଉଦ୍ଧାର କଲା ଅଗ୍ନିଶମ ବାହିନୀ

ଆନ୍ଦପୁର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ଆନନ୍ଦପୁର ପୌର ପରିଷଦ ଫକୀରପୁର ବୈତରଣୀ ନଦୀକୁ ଶୌଚ ହେବାକୁ ଯାଇଥିଲେ ମହିଳା । ନଦୀ ମଝିରେ ଥିବା ଏକ ବୁଦା ନିକଟରେ ଠିଆ ହୋଇଥିବା ବେଳେ ନଦୀରେ ଜୋରେ ପାଣି ଆସିବାରୁ ସେ ନଦୀ ପାର ହୋଇପାରିନଥିଲେ । ଫଳରେ ସେ ସେଠାରେ ଫସି ରହିଥିଲେ। ସ୍ଥାନୀୟ ଲୋକମାନେ ଦେଖି ଆନନ୍ଦପୁର ଅଗ୍ନିଶମ ବହିନୀକୁ ଖବର ଦେଇଥିଲେ ।

ଖବର ପାଇ ଅଗ୍ନିଶମ ବାହିନୀ ପହଁଚି ମହିଳାଙ୍କୁ ଉଦ୍ଧାର କରି ଆନନ୍ଦପୁର ମେଡ଼ିକଲରେ ଭର୍ତ୍ତି କରିଥିଲେ । ଏବେ ମହିଳାଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡିଛି । ମହିଳା ଜଣଙ୍କ ଫକୀରପୁର ଗ୍ରାମର ସନାତନ ରାଉଳଙ୍କ ସ୍ତ୍ରୀ ବସନ୍ତି ରାଉଳ ଜଣା ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ