Masthead

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): କେନାଲ ପାଶ୍ୱର୍ରୁ ଉଦ୍ଧାର ହେଲା ମହିଳାଙ୍କ ମୃତ ଦେହ । କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅଧିନସ୍ଥ କାଶିବାହାଲ କେନାଲ ପାର୍ଶ୍ୱ ଚାଷ ଜମିରୁ ମହିଳାଙ୍କ ମୃତ ଦେହ ଉଦ୍ଧାର ହୋଇଛି ।

ଉଦ୍ଧାର କରିଛି କୋକସରା ପୋଲିସ । ମୃତକ ଜଣକ କନ୍ଦା ବୁଟୁରା ପଞ୍ଚାୟତ ତୁନ ଗାଁର ସୋମନାଥ ଶବରଙ୍କ ସ୍ତ୍ରୀ ସୁରେଖା ଶବର (୫୭) ବୋଲି ଜଣା ପଡିଛି ।ସୂଚନା ଅନୁଯାଇ ଆଜି ସକାଳୁ କୈବଲ୍ୟ ମାଝୀ ନିଜ ଚାଷ ଜମିକୁ କାମ କରିବା ପାଇଁ ଆସିବାରୁ ନିଜ ଜମି ହୁଡ଼ାରେ ମୃତ ଦେହ ଝୁଲୁ ଥିବାର ଦେଖି କାଶିବାହାଲ ସରପଞ୍ଚଙ୍କୁ ଜଣାଇ ଥିଲେ ।

ସରପଞ୍ଚ କୋକସରା ଥାନାକୁ ଖବର ଦେବା ପରେ ଘଟଣା ସ୍ଥଳରେ କୋକସରା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଏନେଇ କୋକସରା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ କୋକସରା ମେଡିକାଲ୍କୁ ପଠା ଯାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ପୋଲିସ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’