ଦୀଘା ଜଗନ୍ନାଥ ମନ୍ଦିରରୁ ହଟିବ ‘ଧାମ’ ଶଦ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୀଘା ଜଗନ୍ନାଥ ମନ୍ଦିରରୁ ହଟିବ ‘ଧାମ’ ଶଦ୍ଦ । ମୋହନଙ୍କ କଥାକୁ ଗ୍ରହଣ କଲେ ଶୁଭେନ୍ଦୁ । ଓଡ଼ିଶା ପ୍ରସ୍ତାବକୁ ପଶ୍ଚିମବଙ୍ଗର ସ୍ୱୀକାର । ‘ଧାମ’ ହଟି ହେବ ଦୀଘା ଶ୍ରୀଜଗନ୍ନାଥ ମନ୍ଦିର । ଦୀଘା ଜଗନ୍ନାଥ ମନ୍ଦିରରେ ଯୋଡ଼ା ହେବନାହିଁ ‘ଧାମ’ ଶଦ୍ଦ । ବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଚିଠି ଲେଖିଥିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୁରୀ ଶ୍ରୀଜଗନ୍ନାଥ ଧାମକୁ ସମ୍ମାନ ଜଣାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ପୁରୀ ରୀତିନୀତି ଅନୁଯାୟୀ ଦୀଘାରେ ନିର୍ମିତ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା ହେବ ।

ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ଥିବା ବେଳେ ଦୀଘା ଠାରେ ଏକ ଜଗନ୍ନାଥ ମନ୍ଦିର ତିଆରି କରିଥିଲେ । ସେହି ମନ୍ଦିରର ନାମ ଶ୍ରୀ ଜଗନ୍ନାଥ ଧାମ ଦୀଘା ବୋଲି ଉଲ୍ଲେଖ କରିଥିଲେ । ଯାହା କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କୁ ବ୍ୟଥିତ କରିଥିଲା । ତୁରନ୍ତ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୀଘା ଶ୍ରୀଜଗନ୍ନାଥ ମନ୍ଦିରରୁ ‘ଧାମ’ ହଟାଇବାକୁ ମମତା ବାନାର୍ଜୀଙ୍କୁ ଚିଠି କରିଥିଲେ । ହେଲେ ଦିଦି ଏହାକୁ ଶୁଣିନଥିଲେ । ଏବେ ବଙ୍ଗରେ ସରକାର ପରିବର୍ତ୍ତନ ହୋଇଛି । ସେଠିକାର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ମୋହନଙ୍କ ଚିଠିକୁ ଗୁରୁତ୍ୱ ଦେଇ ଦୀଘା ଶ୍ରୀଜଗନ୍ନାଥ ମନ୍ଦିରରୁ ଧାମ ଶଦ୍ଦ ହଟାଇବାକୁ ସ୍ୱୀକାର କରିଛନ୍ତି । ଯାହାକୁ ନେଇ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ବଢିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ