Masthead

ଆଜି ନିଜ ଘରକୁ ଫେରିବେ ୪ ଓଡ଼ିଆ ଶ୍ରମିକ, ମନାଇବେ ଖୁସିର ଦିୱାଲି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ନିଜ ଘରକୁ ଫେରିବେ ଉଦ୍ଧାର ହୋଇଥବା ୪ ଓଡ଼ିଆ ଶ୍ରମିକ । ଅପେକ୍ଷାରେ ପରିବାର ଲୋକ । କେତେବେଳେ ଘରେ ପହଞ୍ଚିବେ । ଯାହାକୁ ନେଇ କେବଳ ପରିବାର ଲୋକ ନୁହେଁ ସାରା ଗାଁ ଉତ୍ସାହରେ । ଆଜି ଗାଁ ମନାଇବ ଖୁସିର ଦିୱାଲି । ତେବେ ଶ୍ରମିକମାନେ ଶୁକ୍ରବାର ଓଡ଼ିଶା ଫେରିଥିବା ବେଳେ ଆଜି ନିଜ ଘରେ ପହଂଚିବେ । ପ୍ରଥମ ପର୍ଯ୍ୟାୟରେ ଭଗବାନ ଭତ୍ରା, ଧୀରେନ ନାୟକ, ରାଜୁ ନାୟକ ଏବଂ ବିଶ୍ୱେଶ୍ୱର ନାୟକ ଓଡ଼ିଶା ଫେରିଥିବା ବେଳେ ଭଦ୍ରକର ତପନ ମଣ୍ଡଳ ପରବର୍ତୀ ସମୟରେ ଓଡ଼ିଶା ଫେରିବେ ।

ଶ୍ରମ ମନ୍ତ୍ରୀ ସାରଦା ନାୟକ ସମସ୍ତ ଶ୍ରମିକଙ୍କ ସହ ଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିଥିଲେ । ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରମିକଙ୍କୁ ସ୍ୱାଗତ କରାଯାଥିଲା । ସମସ୍ତ ଶ୍ରମିକଙ୍କୁ ସୁରକ୍ଷିତ ପହଁଚାଇବାର ଦାୟିତ୍ୱ ନେଇଛନ୍ତି ସରକାର । ବିମାନ ବନ୍ଦରରୁ ଶ୍ରମିକମାନଙ୍କୁ ସର୍କିଟ ହାଉସକୁ ନିଆଯାଇଥିଲା । ସେଠାରେ ଶ୍ରମିକମାନେ ମଧ୍ୟାହ୍ନ ଭୋଜନ କରିଥିଲେ ।

ଏହାପରେ ଶ୍ରମିକ ମାନେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବା ସହ ପ୍ରତିଟି ଶ୍ରମିକଙ୍କୁ ହିରୋ ବୋଲି କହିଛନ୍ତି । ପ୍ରତିକୂଳ ପରିସ୍ଥିତିରେ କିପରି ସେମାନେ ନିଜର ଜୀବନ ପାଇଁ ସଂଗ୍ରାମ କରି ବିଜୟୀ ହୋଇଛନ୍ତି, ତାହା ପ୍ରେରଣାଦାୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତ୍ୟେକ ଶ୍ରମିକଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ