Masthead

ବାଲୁକା କଳାରେ ବିଶ୍ୱର ସବୁଠାରୁ ବଡ଼ ସାଣ୍ଟାକ୍ଲଜ

 

ପୁରୀ (ବଡ଼ ଖବର ବ୍ୟୁରୋ):  କ୍ରିସମାସ ଅବସରରେ ବାଲୁକାକଳାରେ ଗିଫ୍ଟ ଏ ପ୍ଲାଣ୍ଟ । ଗ୍ରୀନ ଦ ଆର୍ଥର ବାର୍ତ୍ତା । ପୁରୀ ବେଳାଭୂମିରେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ଗଢ଼ିଛନ୍ତି ବିଶ୍ଵର ସବୁଠାରୁ ବଡ ସାଣ୍ଟାକ୍ଲଜ୍ । ଯେଉଁଥିରେ ୨ ଟନ୍ ଓଜନର ପ୍ରାୟ ୧ଲକ୍ଷ ପିଆଜର ବ୍ୟବହାର ହୋଇଛି । ୧୦୦ ଫୁଟ ଲମ୍ବା ଓ ୨୦ ଫୁଟ ଉଚ୍ଚତାର ଏହି ବାଲୁକାକଳାକୁ ପ୍ରସ୍ତୁତ କରିବା ପାଇଁ ସୁଦର୍ଶନ ଓ ତାଙ୍କ ବାଲୁକାକଳା ଅନୁଷ୍ଠାନର ୩୧ ଜଣ ପିଲାଙ୍କୁ ପ୍ରାୟ ୮ ଘଣ୍ଟା ସମୟ ଲାଗିଥିଲା । କ୍ରିସମାସ ଅବସରରେ ସାଣ୍ଟାକ୍ଲଜ୍ ଜରିଆରେ ବିଭିନ୍ନ ଉପହାର ଦିଆଯାଉଥିବା ବେଳେ ଏହି ବାଲୁକାକଳା ମାଧ୍ୟମରେ ପୃଥିବୀକୁ ସମସ୍ତେ ଗୋଟିଏ ଗୋଟିଏ ବୃକ୍ଷ ଉପହାର ଦେବାର ରହିଛି ସୁନ୍ଦର ବାର୍ତ୍ତା । ବାଲୁକା କଳା ଟିରେ ସାଣ୍ଟାକ୍ଲଜ୍ ନିଜେ ପୃଥିବୀକୁ ସବୁଜ କରିବା ପାଇଁ ଉପହାର ସ୍ୱରୂପ ଗୋଟିଏ ଗୋଟିଏ ବୃକ୍ଷରୋପଣ କରିବାକୁ ବାର୍ତ୍ତା ଦେବାର ଦେଖାଦେଇଛି ।ଏହି ଅବସରରେ ସୁଦର୍ଶନଙ୍କ ସମ୍ମାନ ସୂଚୀରେ ଯୋଡ଼ି ହେଇଛି ଆଉ ଏକ ନୂଆ ଆୱାର୍ଡ଼ ୱାର୍ଲ୍ଡ ରେକର୍ଡ ବୁକ୍ସ ଅଫ ଇଣ୍ଡିଆ । ଯାହାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ସୁଦର୍ଶନ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା