Masthead

ଯୁବକଙ୍କ ଉନ୍ମତକାଣ୍ଡ, ହଠାତ ଆସିଲେ ଚଳନ୍ତା ବସର ଷ୍ଟିଅରିଂ ମୋଡି ଦେଲେ

ସୋରୋ(ବଡ଼ ଖବର ବ୍ୟୁରୋ): ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରେ ବସ ମଧ୍ୟରେ ଜଣେ ବସ ଯାତ୍ରୀଙ୍କ ଉନ୍ମତକାଣ୍ଡ । ବସଟି ଦୁର୍ଘଟଣାଗ୍ରସ୍ତ ହୋଇ ଅଳ୍ପକେ ବର୍ତ୍ତିଛନ୍ତି ବସ ଯାତ୍ରୀ । ବାହାନଗା ବ୍ଲକ ବରିପଦା ଗ୍ରାମର ଜଣେ ଯୁବକ ବାଙ୍ଗାଲୋରରେ ରହି କାର୍ଯ୍ୟ କରନ୍ତି। ଯୁବକ ଜଣଙ୍କ ବାଙ୍ଗାଲୋରର ଫେରି ବାହାନଗାରେ ଓଲ୍ହାଇବା ପରେ ପଲକି ନାମକ ଏକ ଘରୋଇ ବସରେ ଚଢିଥିଲେ।

ତଳନଗର ନିକଟରେ ହଠାତ ଯୁବକ ଜଣଙ୍କ ଡ୍ରାଇଭର ନିକଟକୁ ଆସି ଷ୍ଟିୟରିଂ ମୋଡିଥିଲେ। ଫଳରେ ଗାଡିଟି ଡିଭାଇଡରକୁ ଧକା ଦେଇଥିଲା । ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ପାଇଁ ଏକ ବଡଧରଣର ଦୁର୍ଘଟଣାରୁ ଯାତ୍ରୀମାନେ ବର୍ତ୍ତି ଯାଇଥିଲେ। ଖବର ପାଇ ସୋର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଯୁବକଙ୍କୁ ଥାନାରେ ଅଟକ ରଖିଥିଲେ। ପରେ ପରିବାର ଲୋକେ ଥାନାରେ ପହଂଚି ଯୁବକଙ୍କୁ ଲିଖିତ ନାମରେ ଘରକୁ ନେଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା