Masthead

ଗୁଳିମାଡ଼ରେ ଯୁବକ ଆହତ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ବଡକନ୍ତକୁଳ ଗାଁରେ ବୁଧବାର ରାତିରେ ଏକ ଗୁଳିକାଣ୍ଡ ଘଟିଥିଲା । ଏହି ଗୁଳି ମାଡ଼ରେ ଜଣେ ଯୁବକ ଆହତ ହୋଇଥିଲେ । ଆହତ ଯୁବକ ଜଣକ ହେଲେ ଅଖିଳ ବେହେରା (୩୩)। ଆହତଙ୍କୁ ପ୍ରଥମେ ବନ୍ତଳା ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।

ସୂଚନା ଅନୁସାରେ, ଗାଁର ଅଖିଳ ବେହେରା ଓ ଶିଶିର ସାହୁଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ଥିବା କୁହାଯାଉଛି । ବୁଧବାର ଉଭୟଙ୍କ ମଧ୍ୟରେ ମଧ୍ୟ ଯୁକ୍ତିତର୍କ ହୋଇଥିଲା । ଉତ୍ତ୍ୟକ୍ତ ହୋଇ ଶିଶିର ଏକ ବନ୍ଧୁକ ବାହାର କରି ଅଖିଳଙ୍କ ଉପରକୁ ଗୁଳି ଚଳାଇ ଥିଲେ । ଗୁଳିଟି ଅଖିଳଙ୍କ ବାମ ହାତ କହୁଣିରେ ବାଜିଥିଲା । ସେ ସଙ୍ଗେସଙ୍ଗେ ତଳେ ପଡ଼ିଯାଇଥିଲେ । ଶିଶିର ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ଗାଁ ଲୋକ ଗୁରୁତରଙ୍କୁ ଘଟଣା ସ୍ଥଳରୁ ଉଦ୍ଧାର କରି ପ୍ରଥମେ ବନ୍ତଳା ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ରକ୍ତସ୍ରାବ ଯୋଗୁଁ ଅଖିଳଙ୍କ ଅବସ୍ଥା ଗୁରୁତର ଥିବା ଜଣା ପଡିଛି । ଅଖିଳକୁ ତୁରନ୍ତ ରାତାରାତି କଟକ ବଡ ମେଡିକାଲକୁ ସ୍ନାନନ୍ତର କରାଯାଇଥିଲା । ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି