Masthead

ଅଂଶୁଘାତରେ ଗଲା ଯୁବକର ଜୀବନ

ଆସିକା (ବଡ଼ ଖବର ବ୍ୟୁରୋ): ଅଂଶୁଘାତରେ ଚାଲିଗଲା ଯୁବକର ଜୀବନ। ଗଞ୍ଜାମ ଜିଲ୍ଲା ଆସିକା ଥାନା ଅଧୀନ ସିଦ୍ଧନଇ ଗ୍ରାମ ପଞ୍ଚାୟତ ସିଦ୍ଧନଇ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଗ୍ରାମର ନରସିଂହ ବିଷୋୟୀଙ୍କ ପୁଅ ଭାଗିରଥି ବିଷୋୟୀ ଗ୍ରାମର ଘଣ୍ଟିଆ ପଦର ବିଲରେ କାମ କରୁଥିବା ବେଳେ ସଂଜ୍ଞାହୀନ ହୋଇ ପଡିଯାଇଥିଲେ । ଘରକୁ ଫେରିବା ବିଳମ୍ବ ଦେଖି ପିତା ନରସିଂହ ବିଲକୁ ଯାଇଥିଲେ । ବିଲରେ ପୁଅକୁ ପଡିଥିବାର ଦେଖି ସଙ୍ଗେ ସଙ୍ଗେ ଆସିକା ମେଡିକାଲକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଖବର ପାଇ ଆସିକା ପୋଲିସ ଡାକ୍ତରଖାନାରେ ପହଞ୍ଚିଥିଲେ। ତେବେ ଡାକ୍ତରଙ୍କ ରିପୋର୍ଟ ଅନୁଯାୟୀ ଅଂଶୁଘାତରେ ଭାଗିରଥିର ମୃତୁ୍ୟ ହୋଇଥିବା ଆସିକା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ