Masthead

ଫତେଗଡ଼ ରାମ ମନ୍ଦିରରୁ ଚୋରି

ନୟାଗଡ଼ (ବଡ଼ ଖବର ବ୍ୟୁରୋ): ବିଳମ୍ୱିତ ରାତିରେ ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ସୁନା ରୂପା ଲୁଟିନେଲେ ଦୁର୍ବୃତ୍ତ। ନୟାଗଡ ଜିଲ୍ଲା ଫତେଗଡ ଥାନା ଫତେଗଡ ଗିରିଗୋବର୍ଦ୍ଧନ ପାହାଡ ଉପରେ ନବନିର୍ମିତ ଶ୍ରୀରାମ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ସୁନା ରୂପା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ଚୋରି କରିଥିବା ସୂଚନା ମିଳିଛି। ଚୋରି କରି ଦୁର୍ବୃତ୍ତ ଫେରାର ହୋଇଥିବା ବେଳେ ଘଟଣାସ୍ଥଳରେ ଫତେଗଡ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି ।

ସୂଚନା ଅନୁଯାୟୀ ସକାଳୁ ମନ୍ଦିର ପୂଜାରୀ ପୂଜା କରିବାକୁ ଆସିଥିବା ବେଳେ ମୁଖ୍ୟ ଫାଟକ ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ । ଭିତର ହୁଣ୍ଡି ମଧ୍ୟ ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ତେବେ ହୁଣ୍ଡିରେ ଭକ୍ତ ଦାନ ଦେଇଥିବା ଟଙ୍କା, ସୁନା, ରୂପା ଏବଂ ଅନ୍ୟାନ୍ୟ ଜିନିଷକୁ ଦୁର୍ବୃତ୍ତମାନେ ଚୋରି କରି ଫେରାର ହୋଇଯାଇଥିବା ଜଣା ପଡ଼ିଛି। ମନ୍ଦିର କମିଟି ପକ୍ଷରୁ ଫତେଗଡ ଥାନାରେ ଅଭିଯୋଗ କରାଯାଇଥିବା ବେଳେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ