Masthead

ଫତେଗଡ଼ ରାମ ମନ୍ଦିରରୁ ଚୋରି

ନୟାଗଡ଼ (ବଡ଼ ଖବର ବ୍ୟୁରୋ): ବିଳମ୍ୱିତ ରାତିରେ ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ସୁନା ରୂପା ଲୁଟିନେଲେ ଦୁର୍ବୃତ୍ତ। ନୟାଗଡ ଜିଲ୍ଲା ଫତେଗଡ ଥାନା ଫତେଗଡ ଗିରିଗୋବର୍ଦ୍ଧନ ପାହାଡ ଉପରେ ନବନିର୍ମିତ ଶ୍ରୀରାମ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ସୁନା ରୂପା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ଚୋରି କରିଥିବା ସୂଚନା ମିଳିଛି। ଚୋରି କରି ଦୁର୍ବୃତ୍ତ ଫେରାର ହୋଇଥିବା ବେଳେ ଘଟଣାସ୍ଥଳରେ ଫତେଗଡ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି ।

ସୂଚନା ଅନୁଯାୟୀ ସକାଳୁ ମନ୍ଦିର ପୂଜାରୀ ପୂଜା କରିବାକୁ ଆସିଥିବା ବେଳେ ମୁଖ୍ୟ ଫାଟକ ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ । ଭିତର ହୁଣ୍ଡି ମଧ୍ୟ ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ତେବେ ହୁଣ୍ଡିରେ ଭକ୍ତ ଦାନ ଦେଇଥିବା ଟଙ୍କା, ସୁନା, ରୂପା ଏବଂ ଅନ୍ୟାନ୍ୟ ଜିନିଷକୁ ଦୁର୍ବୃତ୍ତମାନେ ଚୋରି କରି ଫେରାର ହୋଇଯାଇଥିବା ଜଣା ପଡ଼ିଛି। ମନ୍ଦିର କମିଟି ପକ୍ଷରୁ ଫତେଗଡ ଥାନାରେ ଅଭିଯୋଗ କରାଯାଇଥିବା ବେଳେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ