Masthead

ଆସୁଛି ଆଉ ୨ଟି ଲଘୁଚାପ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ୨ଟି ଲଘୁଚାପ । ଏହା ପ୍ରଭାବରେ ଆସନ୍ତା ଦୁଇ ସପ୍ତାହ ବର୍ଷା ଜାରି ରହିବ। ଏହା ଛଡା ମୌସୁମୀ ବର୍ଷା ମଧ୍ୟ ଜାରି ରହିବ। ବଙ୍ଗୋପସାଗରରେ ୨୯ ତାରିଖ ଓ ଅକ୍ଟୋବର ୯ ତାରିଖରେ ଲଘୁଚାପ ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରାଯାଉଛି। ବଙ୍ଗୋପସାଗରରେ ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ଏକାଧିକ ସିଷ୍ଟମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଉପକୂଳରେ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଅକ୍ଟୋବର ୧ରୁ ୫ତାରିଖ ପର୍ଯ୍ୟନ୍ତ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ।

ଉତ୍ତର ଉପକୂଳରେ ଅକ୍ଟୋବର ୧ରୁ ୩ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହୋଇପାରେ। ଅନ୍ୟପକ୍ଷରେ ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ମଙ୍ଗଳବାର କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ‌ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୨୯ ତାରିଖରେ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଭଦ୍ରକରେ ପ୍ରବଳ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ