Masthead

ଆସୁଛି ଆଉ ୨ଟି ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ଜନିତ ବର୍ଷାରେ ବୁଡି ରହିଛି ସାରା ଓଡ଼ିଶା । ଗୋଟିଏ ଲଘୁଚାପ ସାରା ଓଡ଼ିଶାକୁ ଭସାଇସାରିବା ପରେ ପୁଣି ଆଉ ଏକ ଲଘୁଚାପ ବଙ୍ଗୋପସାଗ‌ରରେ ସୃଷ୍ଟି ହେବାକୁ ବସିଲାଣି । ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ୧୯ ତାରିଖରେ ପଶ୍ଚିମବଙ୍ଗର ମେଦିନୀପୁର ଓ ସଂଲଗ୍ନ ବାଲେଶ୍ବର ନିକଟରେ ରହିବ। ୨୧ ତାରିଖ ପର୍ଯ୍ୟନ୍ତ ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା କମ୍‌। ତେବେ ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି।

୨୩ ତାରିଖରେ ମିଆଁମାର ନିକଟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ତେବେ ତାହାର ବିଶେଷ ପ୍ରଭାବ ରହିବ ନାହିଁ। ୨୫ ତାରିଖ ପର୍ଯ୍ୟନ୍ତ ଏହା ବଳୟରେ ହିଁ ରହିବ। ତା’ପରେ କିଭଳି ରୂପ ନେବ ସେନେଇ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରିନାହିଁ । ସେ ଦୃଷ୍ଟିରୁ ଦେଖିଲେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷା ନାହିଁ। ସମୁଦାୟ ବର୍ଷାର ପରିମାଣ ୫୦ରୁ ୭୦ ମିମି ହୋଇପାରେ। ସ୍ଥାନେ ସ୍ଥାନେ ୯୦ ମିମି ବର୍ଷା ହେବ।

ମୌସୁମୀ ସକ୍ରିୟ ରହିଥିବାରୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ୧୭ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୮ ତାରିଖରେ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବରରେ ଏବଂ ୧୯ରେ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଏତେ ବର୍ଷା ସ‌ତ୍ତ୍ବେ ବର୍ତମାନ ସୁଦ୍ଧା ୧୦ ଜିଲ୍ଲାରେ ମୌସୁମୀ ବର୍ଷା ନିଅଣ୍ଟିଆ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି