Masthead

ଦିନକରେ ରାଜ୍ୟରେ ୩୯୪ ପଜିଟିଭ ଚିହ୍ନଟ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ମାଡିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୩୯୪ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ସେମାନଙ୍କ ମଧ୍ୟରୁ ୨୩୧ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୩ ସ୍ଥାନୀୟ ସଂକ୍ରମିତ । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୧୧୧ରେ ପହଞ୍ଚିଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୭ ହଜାର ୦ ୯୧ ।

ଏବେ ବି ସକ୍ରିୟ ଅଛନ୍ତି ୨୨୪୬ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୫, ବରଗଡ଼ରୁ ୩୪, ଭଦ୍ରକରୁ ୪, ବଲାଙ୍ଗୀରରୁ ୧୦, କଟକରୁ ୨୭, ଢେଙ୍କାନାଳରୁ ୪, ଗଞ୍ଜାମରୁ ୭, ଜଗତସିଂହପୁରରୁ ୨, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୪୩, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୭୦, କୋରାପୁଟରୁ ୪ , ମୟୂରଭଞ୍ଜରୁ ୧୯, ନବରଙ୍ଗପୁରରୁ ୩, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୪୦, ପୁରୀରୁ ୧୨, ରାଗଡ଼ାରୁ ୩, ସମ୍ବଲପୁରରୁ ୧୪, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା